ଢ଼େଙ୍କାନାଳ: ଢେଙ୍କାନାଳର ଭୂଷଣ ପ୍ଲାଣ୍ଟରେ ଶନିବାର ପୁଣି ଘଟିଛି ଦୁର୍ଘଟଣା। ଏଥିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ମୃତ ଓ ଆହତ ହୋଇଥିବା ଶ୍ରମିକ ଝାଡଖଣ୍ଡର ବୋଲି ଜଣାପଡିଛି। ଆଜି ଦିନ ସାଢେ଼ ୧୦ଟା ବେଳେ ପ୍ଲାଣ୍ଟରେ ଥିବା କୋକଭେନ ୱାନରେ ଦୁର୍ଘଟଣା ଘଟିଛି। କାରଖାନା ପରିସରରେ କାର୍ଯ୍ୟରତ ଶ୍ରମିକ ମାନେ ଧାରଣାରେ ଦେଇଛନ୍ତି। ମୃତ ଶ୍ରମିକଙ୍କ ପରିବାର ଲୋକଙ୍କୁ ଉଚିତ୍ କ୍ଷତି ପୂରଣ ସହିତ କମ୍ପାନୀ ପରିସରରେ ବାରାମ୍ୱାର ଦୁର୍ଘଟଣାକୁ ଏଡାଇବା ଲାଗି ଯଥେଷ୍ଟ ସୁରକ୍ଷା ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି। ଅନ୍ୟପକ୍ଷରେ ଦୁର୍ଘଟଣା ନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ ଠାରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।