ଦୁଇଦିନ ବର୍ଷିବ, ୯ରେ ଘନ କୁହୁଡି!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୯ ଓ ୧୦ ତାରିଖରେ ଓଡ଼ିଶାର କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେମିତି ୯ ତାରିଖରେ କେତେକ ଜିଲ୍ଲାରେ ଘନ କୁହୁଡି ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  #Warning for Day-2 Day-1, Day-3 to Day-5: No Warning pic.twitter.com/HqFw6D7TB9 — Meteorological Centre, Bhubaneswar (@mcbbsr) […]

Dense-Fog-in-several-part-o

Manoranjan Sial
  • Published: Monday, 07 February 2022
  • , Updated: 07 February 2022, 04:52 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୯ ଓ ୧୦ ତାରିଖରେ ଓଡ଼ିଶାର କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେମିତି ୯ ତାରିଖରେ କେତେକ ଜିଲ୍ଲାରେ ଘନ କୁହୁଡି ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। 

https://twitter.com/mcbbsr/status/1490608091427078149?s=20&t=n-1YaBNSW_-7woPvegWnSQ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସଙ୍କ କହିବା ଅନୁସାରେ ୭ ଓ ୮ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। କିନ୍ତୁ ୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ।

https://twitter.com/mcbbsr/status/1490486921340272642?s=20&t=n-1YaBNSW_-7woPvegWnSQ

ଠିକ୍‌ ସେମିତି ୧୦ ତାରିଖରେ ସୋନପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୋଳ, ସମ୍ୱଲପୁର,ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ୧୧ ତାରିଖରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶ ଡକ୍ଟର ବିଶ୍ୱସ କହିଛନ୍ତି।

https://twitter.com/mcbbsr/status/1490607023620120579?s=20&t=n-1YaBNSW_-7woPvegWnSQ

ସେ ଆହୁରି କହିଛନ୍ତି, ଆସନ୍ତାକାଲି ଅର୍ଥାତ ୮ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ କୁହୁଡି ହେବାର ସମ୍ଭାବନା ରହିଛି। କିନ୍ତୁ ୯ ତାରିଖରେ କୁହୁଡ଼ି ସାମାନ୍ୟ ବଢ଼ିପାରେ। କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ପରେ ରାତ୍ରି ତାପମାତ୍ରାରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

https://twitter.com/mcbbsr/status/1490620735131250689?s=20&t=n-1YaBNSW_-7woPvegWnSQ

Related story