୭ ତାରିଖରୁ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି, ୮ ରୁ ୯ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫେବୃୟାରୀ ୭ ତାରିଖରୁ ୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଥିବା ବେଳେ ୮ ରୁ ୯ ତାରିଖ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ […]

DENSE-FOG-IN-COASTAL-AREAS-FROM-7TH-AND-RAINS-IN-NORTH-AND-INTERIOR-DISTRICTS

DENSE-FOG-IN-COASTAL-AREAS-FROM-7TH-AND-RAINS-IN-NORTH-AND-INTERIOR-DISTRICTS

Manoranjan Sial
  • Published: Tuesday, 05 February 2019
  • Updated: 05 February 2019, 05:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫେବୃୟାରୀ ୭ ତାରିଖରୁ ୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଥିବା ବେଳେ ୮ ରୁ ୯ ତାରିଖ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଯାଜପୁର ପ୍ରଭୃତି ଜିଲ୍ଲାଗୁଡ଼ିକରେ ଫେବୃୟାରୀ ୮ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ସେହିଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଯୋଗୁଁ ଉଭୟ ଦିନ ଏବଂ ରାତିର ତାପମାତ୍ରା ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ବଢ଼ିପାରେ। ତେବେ ଏହା ପରେ ବର୍ଷା ହେବା ଯୋଗୁଁ ତାପମାତ୍ରା କମିବା ସହ ଆକାଶ ମେଘାଚ୍ଛନ୍ନ ରହିବାର ସମ୍ଭାବନା ରହିଛି। ଫେବୃୟାରୀ ୧୦ ରୁ ୧୨ ମଧ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିପାରେ ବୋଲି ସିଇସିର ବୁଲେଟିନରେ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos