Advertisment

ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ବରିଷ୍ଠ ବିଜେପି ନେତା ତଥା ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି। ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଆଜି ଦେବଗଡ଼ ଥାନା ପୁଲିସ୍ ଗିରଫ କରିଛି। ଦେବଗଡ଼ ଏସ୍‌ଡିପିଓ ଏହି ସୂଚନା ଦେଇଛନ୍ତି। ଏସ୍‌ଡିପିଓଙ୍କ ସୂଚନା ଅନୁଯାୟୀ, ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କୁ ଦେବଗଡ଼ ପୁଲିସ୍ ତାଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରୁ ଗିରଫ କରିଛି। ବିଧାୟକଙ୍କ ସହିତ ତାଙ୍କ ଦୁଇ ଜଣ ସହଯୋଗୀ- ଅକାଳୁ ଧଳ ଓ […]

ଅଦ୍ୟତନ ହୋଇଛି
ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ

BJP Leader

Advertisment

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ବରିଷ୍ଠ ବିଜେପି ନେତା ତଥା ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି। ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଆଜି ଦେବଗଡ଼ ଥାନା ପୁଲିସ୍ ଗିରଫ କରିଛି। ଦେବଗଡ଼ ଏସ୍‌ଡିପିଓ ଏହି ସୂଚନା ଦେଇଛନ୍ତି।

Advertisment

ଏସ୍‌ଡିପିଓଙ୍କ ସୂଚନା ଅନୁଯାୟୀ, ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କୁ ଦେବଗଡ଼ ପୁଲିସ୍ ତାଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରୁ ଗିରଫ କରିଛି। ବିଧାୟକଙ୍କ ସହିତ ତାଙ୍କ ଦୁଇ ଜଣ ସହଯୋଗୀ- ଅକାଳୁ ଧଳ ଓ କୁମରମଣି ସାହୁଙ୍କୁ ମଧ୍ୟ ଗିରଫ କରାଯାଇଛି।

ଗତକାଲି ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତି ଦେବଗଡ଼ ଥାନାରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ନାଁରେ ଅଭିଯୋଗ କରିଥିଲେ। ବିଧାୟକ ଓ ତାଙ୍କର ୧୦ରୁ ଅଧିକ ସହଯୋଗୀ ଏବଂ କର୍ମୀ ମିଶି ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ସେ ତାଙ୍କ ଏତଲାରେ ଦର୍ଶାଇଥିଲେ। ବିଡିଓ ଶ୍ରୀ ଦଳପତି ଗତକାଲି ଛେପିଲିପାଲି ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡ଼ି ଗାଁକୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ଯୁଗ୍ମ ତଦନ୍ତରେ ଯାଇଥିବା ବେଳେ ଏହି ଘଟଣା ଘଟିଥିଲା

Advertisment

[caption id="attachment_731187" align="aligncenter" width="650"]Victim ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତି[/caption]

ଭାଲିଆଗୁଡ଼ି ଗାଁରେ ଥିବା ବେଳେ ଦିନ ସାଢ଼େ ୧୦ଟାରୁ ୧୨ ମଧ୍ୟରେ ତିନୋଟି ନମ୍ବରରୁ ତାଙ୍କ ମୋବାଇଲ୍ ଫୋନ୍‌କୁ କଲ୍ ଆସିଥିଲା। ତାଙ୍କୁ ବିଧାୟକ ଦେଖା କରିବାକୁ ଚାହୁଁଛନ୍ତି ବୋଲି କୁହାଯାଇଥିଲା। ତେବେ ସେ କାମ ସାରି ବିଧାୟକଙ୍କୁ ସାକ୍ଷାତ କରିବେ ବୋଲି କହିଥିଲେ। କିନ୍ତୁ କିଛି ସମୟ ପରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ତାଙ୍କର କିଛି ସହଯୋଗୀଙ୍କ ସହିତ ଭାଲିଆଗୁଡ଼ି ଗାଁରେ ପହଞ୍ଚିଥିଲେ। ସେମାନେ ସେଠାରେ ବିଡିଓଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ବିଧା, ଗୋଇଠା ଓ ମୁଥା ଆଦି ମାରିଥିଲେ। ତା’ ସହିତ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିଲେ। ତାଙ୍କୁ ବଳପୂର୍ବକ ବିଧାୟକଙ୍କ ଗାଡ଼ିରେ ବସାଇବାକୁ ମଧ୍ୟ ଉଦ୍ୟମ କରାଯାଇଥିଲା ବୋଲି ଅଭିଯୋଗ ହୋଇଥିଲା।

ଅନ୍ୟପକ୍ଷରେ ବିଧାୟକ ଶ୍ରୀ ପାଣିଗ୍ରାହୀ ମଧ୍ୟ ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କ ବିରୋଧରେ ଏକ ଏତଲା ଦେଇଥିଲେ। ବିଡିଓ ତାଙ୍କୁ ଦୁର୍ବ୍ୟବହାର କରିଥିବା ସେ ସେଥିରେ ଉଲ୍ଲେଖ କରିଥିଲେ। ପୁଲିସ୍ ଉଭୟଙ୍କ ଏତଲା ଗ୍ରହଣ କରି ମାମଲା ରୁଜୁ କରିଥିଲା ଓ ଘଟଣା ତଦନ୍ତ କରିଥିଲା। ତା’ପରେ ଆଜି କାର୍ଯ୍ୟାନୁଷ୍ଠାନ ସ୍ୱରୂପ ପୁଲିସ୍ ବିଧାୟକ ଓ ତାଙ୍କର ଦୁଇ ସହଯୋଗୀଙ୍କୁ ଗିରଫ କରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe