୪ରେ ଲଘୁଚାପ ! ୫ରୁ ୮ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଅଗଷ୍ଟ ୪ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧ ତାରିଖରୁ ବର୍ଷା ବଢିପାରେ। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲ୍ଲା- କଳାହାଣ୍ଡି, କୋରାପୁଟ, କନ୍ଧମାଳ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଆଉ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଅଗଷ୍ଟ ୫ରୁ ୮ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସାରା ରାଜ୍ୟରେ […]

Untitled-115

Tapas Behera
  • Published: Sunday, 28 July 2019
  • , Updated: 28 July 2019, 07:48 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଅଗଷ୍ଟ ୪ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧ ତାରିଖରୁ ବର୍ଷା ବଢିପାରେ। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲ୍ଲା- କଳାହାଣ୍ଡି, କୋରାପୁଟ, କନ୍ଧମାଳ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଆଉ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ଅଗଷ୍ଟ ୫ରୁ ୮ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସାରା ରାଜ୍ୟରେ ୪ରୁ ୭ ସେମି ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ।

ତା’ସହ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷାର ପରିମାଣ ୨୬ ପ୍ରତିଶତ କମ୍ ରହିଛି ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related story