ଅବପାତର ରୂପ ନେଲା ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଜୱାଦ’ ଅବପାତର ରୂପ ନେଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସନ୍ଧ୍ୟା ୫ଟା ୩୦ରେ ଏହା ଅବପାତର ରୂପ ନେଇଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)। ଏହି ଅବପାତ ଏବେ ଆନ୍ଧ୍ରର ବିଶାଖାପାଟଣାଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୯୬୦ କିଲୋମିଟର, ଓଡ଼ିଶାର ଗୋପାଳପୁରଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୨୦ କିଲୋମିଟର ଏବଂ ପାରାଦୀପଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିଲୋମିଟର ଦୂରରେ […]

Cyclone

Cyclone

Manoranjan Sial
  • Published: Thursday, 02 December 2021
  • Updated: 03 December 2021, 12:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଜୱାଦ’ ଅବପାତର ରୂପ ନେଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସନ୍ଧ୍ୟା ୫ଟା ୩୦ରେ ଏହା ଅବପାତର ରୂପ ନେଇଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)। ଏହି ଅବପାତ ଏବେ ଆନ୍ଧ୍ରର ବିଶାଖାପାଟଣାଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୯୬୦ କିଲୋମିଟର, ଓଡ଼ିଶାର ଗୋପାଳପୁରଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୨୦ କିଲୋମିଟର ଏବଂ ପାରାଦୀପଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିଲୋମିଟର ଦୂରରେ ରହିଛି।

https://twitter.com/mcbbsr/status/1466439636713148423?s=20

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା କ୍ରମେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଘୂର୍ଣ୍ଣିଝଡ଼ର ରୂପ ନେବା ସମ୍ଭାବନା ରହିଛି। ୪ ତାରିଖ ସକାଳ ସୁଦ୍ଧା ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ପହଞ୍ଚି ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଗତି କରିପାରେ। ଏହାପରେ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

https://twitter.com/mcbbsr/status/1466438513159778319?s=20

ସମ୍ଭାବ୍ୟ ବାତ୍ୟା ୪ ତାରିଖରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାକୁ ଦେଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ନୂଆ ଓ୍ୱାର୍ଣ୍ଣିଂ। ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଯାଏଁ ୫ଜିଲ୍ଲା କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷା ସହ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୨୦ ସିଏମ୍‌ରୁ ଅଧିକ ବର୍ଷା) ହେବ। ସେଥିପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, ନୟାଗ଼ଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଏବଂ ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ୫ ତାରିଖ ଦିନ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story