ଆଜି ଅତି ପ୍ରବଳ ବର୍ଷା, ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉପକୂଳ ଛୁଇଁବ। ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି […]

rain

rain

Tapaswini Nayak
  • Published: Friday, 19 August 2022
  • Updated: 19 August 2022, 01:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉପକୂଳ ଛୁଇଁବ। ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଏହି  ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଜ୍ଞାନୀ ଉମାଶଙ୍କର ଦାସ।

ଶ୍ରୀ ଦାସ କହିଛନ୍ତି, ଲଘୁଚାପ ପ୍ରଭାବରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ  ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଅକସ୍ମାତ ବନ୍ୟା, ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ଓ ତଳୁଆ ଅଞ୍ଚଳରେ ପାଣି ଜମିବ। ଏହାସହ କଚ୍ଚା ଘର ଓ ମାଟି ଘର ପ୍ରଭାବିତ ହେବ। ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଚାଷୀଭାଇମାନେ ଏହି ସମୟରେ ଜମିରେ କୀଟନାଶକ ଓ ଜଳ ସେଚନ ନ କରିବାକୁ ବାରଣ କରାଯାଇଛି।

ସେ ଆହୁରି କହିଛନ୍ତି, ଲଘୁଚାପ ପ୍ରଭାବରେ ୧୨ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ଯାଜପୁର। ସେହିପରି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା,ବରଗଡ଼, କଳାହାଣ୍ଡି,କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ।

ଆସନ୍ତାକାଲି ପଶ୍ଚିମ ଆଭ୍ୟନ୍ତରୀଣର ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର ଓ ବଲାଙ୍ଗିର। ପାର୍ଶ୍ୱବର୍ତ୍ତୀ ୭ ଜିଲ୍ଲା ଯଥା- ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା,  ନବରଙ୍ଗପୁର ଓ ଢ଼େଙ୍କନାଳ ଜିଲ୍ଲା  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି।

ଲଘୁଚାପ ପ୍ରବାହରେ ଆଜି  ଉପକୂବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୫୦ରୁ ୬୦ କି.ମି ରହିବ। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନାୟାଗଡ଼, ଗଞ୍ଜାମ ଓ ଗଜପତି ଓ ପୁରୀ ଜିଲ୍ଲାରେ  ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ଆଜି ଓ ଆସନ୍ତାକାଲି ବର୍ଷାର ପ୍ରଭାବ ରହିବ। ୨୧ ତାରିଖ ବେଳକୁ ବର୍ଷାର ପ୍ରବାହ କମିଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos