ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଧାନସଭା ଉପବାଚସ୍ପତି ନିର୍ବାଚନ ହେବ। ତେବେ ଏହି ପଦ ଲାଗି ବିଜେଡି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ତେଣୁ ସଂଖ୍ୟା ଦୃଷ୍ଟିରୁ ସେ ବିଧାନସଭା ଉପବାଚସ୍ପତି ହେବା ଏକପ୍ରକାର ସ୍ପଷ୍ଟ ହୋଇସାରିଛି।
ଅନ୍ୟପକ୍ଷରେ ଆଜି ବି ଚାଷୀ ସମସ୍ୟା ଓ ଫୋନି ଥଇଥାନ ପ୍ରସଙ୍ଗରେ ସରଗରମ ରହିପାରେ ବିଧାନସଭା ଗୃହ। କୃଷି ଓ କୃଷକଙ୍କ ସମସ୍ୟାକୁ ନେଇ କଂଗ୍ରେସ ଦେଇଥିବା ମୁଲତବି ନୋଟିସ୍ ଗ୍ରହଣ ହେଲେ ଏହି ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି। ଏହି ପ୍ରସଙ୍ଗରେ କଂଗ୍ରେସ ସରକାରଙ୍କୁ ଘେରିପାରେ।
ସେହିପରି ଫୋନି ପୁନରୁଦ୍ଧାର ଓ ଥଇଥାନ ପ୍ରସଙ୍ଗରେ ବିଜେପି ପୃଥକ ଭାବେ ମୁଲତବି ନୋଟିସ ଦେବାର ସମ୍ଭାବନା ରହିଛି। ଏଥିସହ ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱୀନ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ପ୍ରସଙ୍ଗରେ ବିଜେଡି-ବିଜେପି ଅଭିଯୋଗ ଉଠାଇ କଂଗ୍ରେସ ଉଭୟ ଦଳକୁ ଟାର୍ଗେଟ୍ କରିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।