ବଡ଼ଦାଣ୍ଡକୁ ଆସିବେ ଚତୁର୍ଦ୍ଧା ମୂର୍ତ୍ତି, ଅପେକ୍ଷାରେ ଭକ୍ତ

ପୁରୀ(ଓଡ଼ିଶା ରିପୋର୍ଟର): ପୁଣି ବଡ଼ଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ମିଳନ। ରାତି ପାହିଲେ ଶ୍ରୀମନ୍ଦିରର ଦ୍ୱାଦଶ ଯାତ୍ରା ମଧ୍ୟରୁ ସର୍ବଶ୍ରେଷ୍ଠ ରଥଯାତ୍ରା ହେବ। ଏଥିପାଇଁ ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ସୁସଜ୍ଜିତ ହୋଇ ରହିଛି ତିନି ରଥ। ଆଉ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ରଥ ରଜ୍ଜୁ ଟାଣି ଜୀବନ କୃତାର୍ଥ କରିବାକୁ ଉଛନ୍ନ ହେଲେଣି ଭକ୍ତ। ଭଜନ ଓ କୀର୍ତ୍ତନରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ। ଆସନ୍ତାକାଲି ସକାଳ ୯ଟାରେ ମଦନମୋହନ, ବଳଭଦ୍ର, […]

RATHA

Manoranjan Sial
  • Published: Wednesday, 03 July 2019
  • , Updated: 03 July 2019, 08:51 PM IST

ପୁରୀ(ଓଡ଼ିଶା ରିପୋର୍ଟର): ପୁଣି ବଡ଼ଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ମିଳନ। ରାତି ପାହିଲେ ଶ୍ରୀମନ୍ଦିରର ଦ୍ୱାଦଶ ଯାତ୍ରା ମଧ୍ୟରୁ ସର୍ବଶ୍ରେଷ୍ଠ ରଥଯାତ୍ରା ହେବ। ଏଥିପାଇଁ ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ସୁସଜ୍ଜିତ ହୋଇ ରହିଛି ତିନି ରଥ। ଆଉ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ରଥ ରଜ୍ଜୁ ଟାଣି ଜୀବନ କୃତାର୍ଥ କରିବାକୁ ଉଛନ୍ନ ହେଲେଣି ଭକ୍ତ। ଭଜନ ଓ କୀର୍ତ୍ତନରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ। ଆସନ୍ତାକାଲି ସକାଳ ୯ଟାରେ ମଦନମୋହନ, ବଳଭଦ୍ର, ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି କରାଯିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ କରିବାକୁ ନୀତିନିର୍ଘଣ୍ଟ କରିଛି ଶ୍ରୀମନ୍ଦିର ପ୍ରଶାସନ।

ରାତିପାହିଲେ ଆରମ୍ଭ ହେବ ଚତୁଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା। ତିନିରଥରେ ବିରାଜମାନ ହୋଇ ଚତୁର୍ଦ୍ଦାମୂର୍ତ୍ତି ଜନ୍ମସ୍ଥାନକୁ ଯାତ୍ରା କରିବେ। ସକାଳ ୬ଟାରେ ମଙ୍ଗଳ ଆରତୀ, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡପଲାଗି, ୬.୩୦ରେ ରୋଷ ହୋମ, ୭ଟାରେ ଅବକାଶ, ୭ଟା୧୦ରେ ସୂର୍ଯ୍ୟପୂଜା, ୭ଟା୩୦ରେ ଦ୍ୱାରପାଳ ପୂଜା, ୭ଟା ୩୦ ବେଶ ଶେଷ, ସକାଳ ୮ଟାରୁ ୯ଟା ଭିତରେ ଗୋପାଳ ବଲ୍ଲଭ ଓ ସକାଳଧୂପରେ ଖେଚୁଡି ଭୋଗ ହେବ। ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ୯ଟା ୩୦ରେ ପହଣ୍ଡି ଆରମ୍ଭ ହୋଇ ୧୨ଟା ୩୦ରେ ଶେଷ ହେବ। ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ଭିତରେ ମଦନମୋହନ ବିଜେ, ୧ଟା ୩୦ରୁ ୨ଟାରେ ଚିତା ଲାଗି, ୧ଟା ୩୦ରୁ ୨ଟା ୩୦ରେ ବେଶ ଶେଷ ହେବ। ୨ଟାରୁ ୩ଟା ଭିତରେ ଛେରାପହଁରା କରାଯିବ। ଦିନ ୩ଟାରୁ ଚାରମାଳ ଫିଟା, ଘୋଡା ଓ ସାରଥୀ ଲାଗିବ। ୪ଟା ପରେ ରଥଟଣା ଆରମ୍ଭ କରାଯିବ।

Related story