ସମ୍ବଲପୁର (ଓଡ଼ିଶା ରିପୋର୍ଟର): ପବିତ୍ର କୁମାର ପୂର୍ଣ୍ଣିମା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ରାଜରାଜେଶ୍ୱରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି।
ବୁଧବାର ରାତିରେ ସମ୍ପନ୍ନ ହୋଇଛି ମା’ଙ୍କ ଏହି ବେଶ। ଏହି ଅବସରରେ ମନ୍ଦିରର ପୁରୁଣା ଧ୍ୱଜା ଅପସାରଣ କରାଯାଇ ନୂଆ ଧ୍ୱଜା ଲଗାଯାଇଛି।
ରୀତିନୀତି ଅନୁଯାୟୀ ମା’ଙ୍କୁ ରାଜରାଜେଶ୍ୱରୀ ବେଶରେ ସଜାଇବା ପରେ ପୂଜାର୍ଚ୍ଚନା କରାଯାଇଥିଲା ।
ବର୍ଷକରେ ଥରେ ହେଉଥିବା ମା’ଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ଦୂର ଦୂରାନ୍ତରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।
ମା’ଙ୍କୁ ଏହି ବେଶରେ ଦର୍ଶନ କଲେ ପୂଣ୍ୟ ଫଳ ଅର୍ଜନ ହୋଇଥାଏ ବୋଲି ବିଶ୍ୱାସ ରହିଛି। ମା’ଙ୍କ ଦର୍ଶନ ଲାଗି ବିଳମ୍ବିତ ରାତି ଯାଏ ଚାଲିଥିଲା ଦର୍ଶନ। ଏହାସହ ଆତଶବାଜୀ ଓ ଆଖଡା ପରିବେଷଣ ଥିଲା ଉତ୍ସବର ଅନ୍ୟତମ ଆକର୍ଷଣ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।