Advertisment

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଏଥିପାଇଁ ସାରା ରାଜ୍ୟ ଚଳଚଞ୍ଚଳ। ସକାଳୁ ସକାଳୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଥାଏ। ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ମଧ୍ୟ ପାଳନ କରାଯାଇଥାଏ। ଆଜିର ଦିନରେ ଦେବାଦେବୀଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚାନା ସହ ଛତୁଆ ଓ ପଣା ଭୋଗର ବିଧି […]

ଅଦ୍ୟତନ ହୋଇଛି
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି

pana-sankranti-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଏଥିପାଇଁ ସାରା ରାଜ୍ୟ ଚଳଚଞ୍ଚଳ। ସକାଳୁ ସକାଳୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି।

Advertisment

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଥାଏ। ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ମଧ୍ୟ ପାଳନ କରାଯାଇଥାଏ।

ଆଜିର ଦିନରେ ଦେବାଦେବୀଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚାନା ସହ ଛତୁଆ ଓ ପଣା ଭୋଗର ବିଧି ରହିଛି। ଏଥିସହ ବ୍ରତଧାରୀମାନେ କଣ୍ଟା ଓ ଜଳନ୍ତା ଅଗ୍ନିରେ ଚାଲିଲେ ମାନସିକ ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି।

Advertisment

ପଣା ସଂକ୍ରାନ୍ତିରେ ମହାବୀର ହନୁମାନ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହି ଦିନରେ ହନୁମାନଙ୍କ ପୂଜା କରାଯାଏ। ତେବେ ପଣା ସଂକ୍ରାନ୍ତିର ସ୍ୱତନ୍ତ୍ରତା ଅନେକ ରହିଛି। ଏହି ଦିନ କିଛି କାର୍ଯ୍ୟ କରିବା ଦ୍ୱାରା ଜୀବନରେ ବିଭିନ୍ନ ସମସ୍ୟା ଦୂର ହୋଇଥାଏ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe