ଭଦ୍ରକ (ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୧୮ଟି ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ୧୪ ରାଉଣ୍ଡ ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ତାଙ୍କର ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୭୬୬୧ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।
୧୪ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୬୩,୦୩୧ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡିର ଅବନ୍ତୀ ଦାସ ୫୫୩୭୦ ଖଣ୍ଡ ଭୋଟ୍ ପାଇଛନ୍ତି।
ବିଜେଡିରୁ ଟିକେଟ୍ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ୭୧୪୭ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୨୭୫୧ ଖଣ୍ଡ ଭୋଟ୍ ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଗ୍ରୋସରୀ ଦୋକାନ; ଥାନାରେ ଅଭିଯୋଗ
ଦୁର୍ବୃତ୍ତମାନେ ସଟରକାଟି ନିଆଁ ଲଗାଇଦେଇଥିବା ମାଲିକ ଅଭିଯୋଗ କରିଛନ୍ତି।
Miscellaneous
ଆଜି ଭୁବନେଶ୍ୱରରେ ହାଫ୍ ଡେ' ସ୍କୁଲ୍
ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ
୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।