ପର୍ବତାରୋହୀ କଳ୍ପନାଙ୍କ ପରଲୋକରେ ଧର୍ମେନ୍ଦ୍ର ଓ ବୈଜୟନ୍ତଙ୍କ ଶୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ଓଡ଼ିଆ ମହିଳା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ପରଲୋକରେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ଧର୍ମେନ୍ଦ୍ର ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶାର ପ୍ରଥମ ମହିଳା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ଅକାଳ ବିୟୋଗରେ ମୁଁ ମର୍ମାହତ। ଏହା ଦ୍ୱାରା ଓଡ଼ିଶାର ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର […]

kalpana1

Jitendra Garnayak
  • Published: Friday, 24 May 2019
  • , Updated: 24 May 2019, 07:27 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ଓଡ଼ିଆ ମହିଳା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ପରଲୋକରେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି।

ଧର୍ମେନ୍ଦ୍ର ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶାର ପ୍ରଥମ ମହିଳା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ଅକାଳ ବିୟୋଗରେ ମୁଁ ମର୍ମାହତ। ଏହା ଦ୍ୱାରା ଓଡ଼ିଶାର ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।

ସେହିପରି ବୈଜୟନ୍ତ ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶାର ପର୍ବତାରୋହୀ କଳ୍ପନା ଦାଶଙ୍କ ପରଲୋକ ଖବର ପାଇଁ ମୁଁ ଅତ୍ୟନ୍ତ ମର୍ମାହତ। ତାଙ୍କର ଅଦମ୍ୟ ଉତ୍ସାହ ଅନ୍ୟମାନଙ୍କୁ ଉଚ୍ଚ ଆଶା ହାସଲ ପାଇଁ ପ୍ରୋତ୍ସାହିତ କରିବ।

ଏହା ସହିତ ବୈଜୟନ୍ତ ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି।

ସୂଚନାଯୋଗ୍ୟ, ହିମାଳୟର ଦୁଃସାହସିକ ଅଭିଯାନ ବେଳେ ଅମ୍ଳଜାନ ଅଭାବରୁ କଳ୍ପନା ଦାଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। ହିମାଳୟ ଶିଖରରେ ପହଞ୍ଚି ପାଦ ଦେଶକୁ ଓହ୍ଲାଇବା ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା।

[caption id="attachment_384887" align="aligncenter" width="750"] ଅନ୍ୟ ପର୍ବତାରୋହୀଙ୍କ ଗହଣରେ କଳ୍ପନା (ମଝି)[/caption]

ମୃତ୍ୟୁ ବେଳକୁ କଳ୍ପନାଙ୍କୁ ୪୯ବର୍ଷ ହୋଇଥିଲା। ଢେଙ୍କାନାଳର ଝିଅ କଳ୍ପନା ୨୦୦୮ ମେ ୩୧ ତାରିଖରେ ମାଉଣ୍ଟ ଏଭରେଷ୍ଟ ସଫଳତାର ସହ ଆରୋହଣ କରି ରେକର୍ଡ ସୃଷ୍ଟି କରିଥିଲେ।

ଏଭରେଷ୍ଟ ଆରୋହଣ ବ୍ୟତୀତ କଳ୍ପନା ଭାରତ, ନେପାଳ, ୟୁରୋପ, ଦକ୍ଷିଣ ଆରେମିକା ଓ ଅଷ୍ଟ୍ରେଲିଆର ବିଭିନ୍ନ ପର୍ବତ ଆରୋହଣ କରିବାର ସଫଳତା ହାସଲ କରିଥିଲେ। କଳ୍ପନାଙ୍କ ବିୟୋଗ ଓଡ଼ିଆ କ୍ରୀଡ଼ାଜଗତକୁ ଏକ ଅପୂରଣୀୟ କ୍ଷତି ବୋଲି କୁହାଯାଉଛି।

Related story