ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ପରେ ଆଜି ଦିଲ୍ଲୀର ହଜ୍ଖାସ୍ରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ଠାକୁରଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ। ଆଜି ସକାଳେ ସେମାନେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି।
ଉଭୟ କେନ୍ଦ୍ରମନ୍ତ୍ରୀଙ୍କ ସହିତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇଥିଲେ। ମୋଦି ସରକାରର ଦ୍ୱିତୀୟ ପାଳିରେ ଧର୍ମେନ୍ଦ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଥିବା ବେଳେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।
Politics
ଶ୍ରୀଜିଉଙ୍କୁ ଦର୍ଶନ କଲେ ରଘୁବର ଦାସ, କହିଲେ - ଦଳ ଯେଉଁ ଦାୟିତ୍ୱ ଦେବ ନିର୍ବାହ କରିବି
ଗତକାଲି ହଠାତ୍ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।
Weather
ଆହୁରି ୨୪ ଘଣ୍ଟା ବର୍ଷିବ
ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।