ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଲାଙ୍ଗୀର ଗସ୍ତକୁ ନେଇ ଯେଉଁମାନେ ଭୟଭୀତ ହୋଇପଡ଼ିଛନ୍ତି ସେମାନେ ଡିଏଫଓଙ୍କ ଭଳି ଭଡ଼ାଟିଆଙ୍କୁ ଲଗାଇ ଅପପ୍ରଚାର କରୁଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଗଣମାଧ୍ୟମ ପ୍ରତିନିଧିଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଲେ ଯେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର କେଉଁଠି ଓହ୍ଲାଇବ ଏହା ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି କରେ। ଡିଏଫଓ କଣ ଏସପି ଓ କଲେକ୍ଟରଙ୍କ ବିରୋଧରେ ଅଭିଯୋଗ କରୁଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି। ଗରିବ ଲୋକଙ୍କ ସ୍ୱାର୍ଥକୁ ଜଳାଞ୍ଜଳି ଦେଇ ବିଅର ଫ୍ୟାକ୍ଟ୍ରି ପାଇଁ ସରକାର ହଜାର ହଜାର ଗଛ କଟାଇଲେ। କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତରେ ଭୟଭୀତ ହୋଇ ସେମାନେ ଏପରି ଅପପ୍ରଚାର କରୁଛନ୍ତି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବିସ୍ଫୋରକ ସ୍ଥିତିରେ ବିଜେଡି: ପୁରୁଖାଙ୍କୁ ନାଲିଆଖି ଦେଖାଇ ସୁଜାତାଙ୍କ ହାତରେ ସଂଗଠନ ଟେକିଦେବେ କି ନବୀନ?
ଦଳର ୨୪ବର୍ଷ ଶାସନର ଅପ୍ରତ୍ୟାଶିତ ଅନ୍ତର ପ୍ରମୁଖ କାରଣ ସାଜିଥିବା ପାଣ୍ଡିଆନଙ୍କୁ ଦୀର୍ଘ ୧୦ମାସ ଧରି ନବୀନ ନିଜ ପାଖରୁ କାହିଁକି ଦୂରେଇପାରୁନାହାନ୍ତି ଓ ପାଣ୍ଡିଆନଙ୍କୁ କ୍ଲିନଚିଟ୍ ଦେବାକୁ ଯାଇ କିଭଳି ମିଛ କହିବାକୁ ପଛାଉନାହାନ୍ତି ତାହା ଦଳୀୟ ମହଲରେ ନାନାଦି ଚର୍ଚ୍ଚାକୁ ଖୋରାକ ଯୋଗାଇଥିବାବେଳେ ଦଳୀୟ ସଂଗଠନରେ ପାଣ୍ଡିଆନମାର୍କା ନେତାମାନଙ୍କ ପ୍ରଭାବ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ।

Special
ପାଣି ସମସ୍ୟା, ବାହା ହୋଇପାରୁନାହାନ୍ତି ଗାଁ ଯୁବକ
ବଡ଼ବାର୍ଲି ଗାଁରେ ୨୧୮ଟି ଘର ଅଛି। ଗାଁର ମୋଟ ଜନସଂଖ୍ୟା ୧୦୦୦ରୁ ଅଧିକ। ସେମାନେ ଆଦିବାସୀ ଓ ଦଳିତ। ପାହାଡ଼, ଜଙ୍ଗଲ ଘେରା ଏହି ଗାଁକୁ ରାସ୍ତା ଯାଇଛି। ବିଜୁଳି ବି ପହଞ୍ଚି ପାରିଛି। କିନ୍ତୁ ଜଳ ବ୍ୟବସ୍ଥା ହୋଇପାରିନାହିଁ।

Politics
ପୁଣି ପାଣ୍ଡିଆନଙ୍କ ପାଇଁ ଢାଲ ହେଲେ ନବୀନ: ବିଜେଡିରେ ଅରାଜକତା, ମେଳିକୁ ମିଳିଲା ବଳ, ବିଭାଜନ ଆସନ୍ନ
ପାଣ୍ଡିଆନଙ୍କୁ ନେଇ ଦଳରେ ବଢ଼ୁଥିବା ଅସନ୍ତୋଷ ଓ ମେଳିକୁ ଦେଖି ଆଜି ସନ୍ଧ୍ୟାରେ ନବୀନ ନାଟକୀୟ ଢଙ୍ଗରେ ଦୁଇଟି ଜାତୀୟ ନ୍ୟୁଜ ଏଜେନ୍ସୀକୁ ଡକାଇ ବୟାନ ଦେଇଛନ୍ତି ।

Politics
କେବେ ଓଡ଼ିଶା ପାଇବ ବକେୟା ଟିକସ?
ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ କାର୍ଯ୍ୟକାରୀ ହେଲେ ନାଲକୋ ଭଳି ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକୁ ବିଭିନ୍ନ ଖଣି-ଭିତ୍ତିକ ରାଜ୍ୟକୁ 70 ହଜାର କୋଟି ଟଙ୍କା ଓ ଘରୋଇ କମ୍ପାନୀଗୁଡ଼ିକୁ 80 ହଜାର କୋଟି ଟଙ୍କା ଦେବାକୁ ପଡ଼ିବ ବୋଲି ଆକଳନ କରାଯାଇଛି।

Special
ଚିନ୍ତାରେ ଚିନ୍ତାମଣିପୁର ଗ୍ରାମବାସୀ
୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ରାଜ୍ୟରେ ସରକାର କରିଥିଲା। କିନ୍ତୁ ତା’ ମଧ୍ୟରେ କଟକ ଜିଲ୍ଲାରେ ଥିବା ଚିନ୍ତାମଣିପୁର ଗାଁ ଲୋକଙ୍କ ସମସ୍ୟା ଦୂର ହୋଇପାରିଲା ନାହିଁ।