Advertisment

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ, ଶାସକ ଦଳକୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ପ୍ରଥମ ଚରଣ ଶେଷ ହୋଇଥିବା ବେଳେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଛି। ଏହାକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ଶାସକ ଦଳକୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଶାସକ ଦଳର ହିଂସା ଓ ଅରାଜକତାକୁ ମୁଁ ଦୃଢ଼ ଭାବେ ନିନ୍ଦା କରୁଛି। ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଲେଖିଛନ୍ତି, ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତୃଣମୂଳ ସ୍ତରରେ ଭୋଟ୍ […]

‘ଜାତୀୟ ଆପ୍ରେଣ୍ଟିସସିପ୍ ମେଳା’: ବର୍ଷକରେ ଯୋଡ଼ିହେବେ ୧୦ ଲକ୍ଷ ଯୁବକଯୁବତୀ

Dharmendra

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ପ୍ରଥମ ଚରଣ ଶେଷ ହୋଇଥିବା ବେଳେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଛି। ଏହାକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ଶାସକ ଦଳକୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଶାସକ ଦଳର ହିଂସା ଓ ଅରାଜକତାକୁ ମୁଁ ଦୃଢ଼ ଭାବେ ନିନ୍ଦା କରୁଛି।

Advertisment

ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଲେଖିଛନ୍ତି, ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତୃଣମୂଳ ସ୍ତରରେ ଭୋଟ୍ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖା ଦେଇଛି। ଏହା ଆମର ଗଣତନ୍ତ୍ର ପାଇଁ ଏକ ଶୁଭ ସଙ୍କେତ। କିନ୍ତୁ ଆଜି ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷି, ଭଟଲି ଓ ପାଟଣାଗଡ଼ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଥିବା ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ନିର୍ବାଚନୀ ହିଂସା ମଧ୍ୟ ଘଟିଛି। ଏହା ଚିନ୍ତାଜନକ ଓ ଦୁଃଖଦାୟକ।

ସେ ଲେଖିଛନ୍ତି, ହିଂସା ଦ୍ୱାରା ଗଣତନ୍ତ୍ରର ଏହି ମହାନ ପର୍ବରେ ବ୍ୟାଘାତ ଆସିବା ଅନୁଚିତ୍। ଓଡ଼ିଶା ପ୍ରଶାସନ ଠିକ୍ ଭାବରେ ନିଜର କାର୍ଯ୍ୟ କରିବା ସହିତ ଲୋକଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ। ରାଜ୍ୟରେ ଆହୁରି ୪ଟି ପର୍ଯ୍ୟାୟ ନିର୍ବାଚନ ହେବାର ଅଛି। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସାରେ ସମ୍ପୃକ୍ତ ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଆଗାମୀ ପର୍ଯ୍ୟାୟ ନିର୍ବାଚନ ଗୁଡ଼ିକ କିଭଳି ଶାନ୍ତିପୂର୍ଣ୍ଣ ଭାବେ ହେବ ସେ ଦିଗରେ ରାଜ୍ୟ ନିର୍ବାଚନ ଆୟୋଗ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe