ଢେଙ୍କାନାଳ: ଢେଙ୍କାନାଳରେ ଅଭାବନୀୟ ଘଟଣା ଘଟିଛି । ପୁଅକୁ ହତ୍ୟା କରି ବାପାର ଆତ୍ମହତ୍ୟା ଅଭିଯୋଗ ହୋଇଛି। ଏହି ଘଟଣା ଘଟିଛି ସହରର ଗୁଡ଼ିଆନାଳି ଅଞ୍ଚଳରେ। ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ ବିଭାଗରୁ ସ୍ୱେଚ୍ଛାକୃତ ଭାବେ ଅବସର ନେଇଥିବା ଶକ୍ତି ପ୍ରସାଦ ଆଚାର୍ଯ୍ୟ ନିଜ ୩୨ ବର୍ଷୀୟ ପୁଅକୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଅ ବିଧୁ ଭୂଷଣ ଆଚାର୍ଯ୍ୟ ମାନସିକ ରୋଗୀ ଥିଲେ। ତେଣୁ ତାଙ୍କ ଚିକିତ୍ସାରେ ଅତିଷ୍ଠ ହୋଇ ସେ ଏଭଳି କରିଥିବା ସନ୍ଦେହ କରାଯାଉଛି। ପୁଅ ବେକରେ ରଶି ଭିଡି ହତ୍ୟା କରାଯାଇଥିବା ପାରିପାର୍ଶ୍ୱିକ ଅବସ୍ଥାରୁ ଜଣାପଡିଛି। ଘଟଣାସ୍ଥଳରୁ ଏକ ସୁଇସାଇଡାଲ ନୋଟ ମଧ୍ୟ ମିଳିଛି। ପୋଲିସ ଏହି ନୋଟକୁ ଜବତ କରି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।