ଦଳି ଦେଲା ଦନ୍ତା

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ୍ ଅନ୍ତର୍ଗତ ବାବନ୍ଧ ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଭାସ୍କର ପ୍ରଧାନ (୫୫)। ଗତକାଲି ରାତିରେ ସେ ଘରକୁ ଫେରୁଥିବା ବେଳେ ହଠାତ୍ ହାତୀ ପଲଙ୍କ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ଗୁରୁତର ଭାସ୍କରଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

elephantattack

Rakesh Mallick
  • Published: Thursday, 09 March 2017
  • , Updated: 09 March 2017, 11:08 AM IST

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ୍ ଅନ୍ତର୍ଗତ ବାବନ୍ଧ ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଭାସ୍କର ପ୍ରଧାନ (୫୫)।

ଗତକାଲି ରାତିରେ ସେ ଘରକୁ ଫେରୁଥିବା ବେଳେ ହଠାତ୍ ହାତୀ ପଲଙ୍କ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ଗୁରୁତର ଭାସ୍କରଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Related story