ଢେଙ୍କାନାଳରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ଢେଙ୍କାନାଳ: ରାଜ୍ୟ ସରକାର ଆଜି ମରୁଡ଼ି କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେଇଥିବା ବେଳେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରି ଥିବା ଅଭିଯୋଗ ହୋଇଛି। ଫସଲହାନୀ ଓ ଋଣଗ୍ରସ୍ତ ଯୋଗୁଁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ଜଣକ ହେଲେ ଢେଙ୍କାନାଳ ଜିଲ୍ଲା ମଙ୍ଗଳପୁର ଗାଁର ପ୍ରସନ୍ନ ସାହୁ। ସେ ଗତକାଲି ବିଷ ପିଇ ଦେଇଥିଲେ। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଆଜି ସେଠାରେ ତାଙ୍କର ମୃତ୍ୟୁ ଘଟିଛି।