Advertisment

ମେଡିସିନ୍‌ ପାଇଁ ଯାଉଥିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରେନ୍‌

ବିନିତାଙ୍କ ଦେହ ଅସୁସ୍ଥ ଥିଲା। ସେଥିପାଇଁ ଆଜି ସକାଳେ ପାଖ ଗାଁରେ ଥିବା ମେଡିସିନ୍ ଦୋକାନକୁ ଔଷଧ ପାଇଁ ଯାଉଥିଲେ।

author-image
Tapaswini Nayak
Train line

Train line

ମେଡିସିନ୍ ପାଇଁ ଯାଉଥିବା ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରେନ୍। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଅନୁଗୁଳ-ସୁକିନ୍ଦା ନୂତନ ରେଳପଥରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ କାମାକ୍ଷାନଗର ଥାନା ପଥରଖମ୍ବ ଗାଁର ବନିତା ବିଶ୍ୱାଳ। ବିନିତାଙ୍କୁ ୪୦ବର୍ଷ ହୋଇଥିଲା।

Advertisment

ବିନିତାଙ୍କ ଦେହ ଅସୁସ୍ଥ ଥିଲା। ସେଥିପାଇଁ ଆଜି ସକାଳେ ପାଖ ଗାଁରେ ଥିବା ମେଡିସିନ୍ ଦୋକାନକୁ ଔଷଧ ପାଇଁ ଯାଉଥିଲେ। ବାଟରେ ଟ୍ରେନ୍‌ ଲାଇନ ପାର ହେଉଥିବା ବେଳେ ବିନିତାଙ୍କ ଉପରେ ଟ୍ରେନ୍‌ଟି ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି।

ବିନିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏନେଇ ରେଲୱେ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ । ବିନିତାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

Advertisment
Dhenkanal