ମମିତା ହତ୍ୟା ମାମଲାରେ ମୁହଁ ଖୋଲିଲେ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସନ୍‌ସାଇନ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ହତ୍ୟା ମାମଲାରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର। ପ୍ରେସ୍‌ ବିବୃତି ଜରିଆରେ ସେ କହିଛନ୍ତି, ମମିତାଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁ ପାଇଁ ମୁଁ ଗଭୀର ମର୍ମାହତ। ମମିତାଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା ରହିଛି। ଆଇନ ଅନୁଯାୟୀ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବା ଆବଶ୍ୟକ ବୋଲି କ୍ୟାପ୍‌ଟେନ୍‌ କହିଛନ୍ତି। ମିଥ୍ୟା ଆଧାରରେ କେତେକ ଗଣମାଧ୍ୟମ ଚରିତ୍ର ସଂହାର କରିଥିବା ଲେଖିଛନ୍ତି […]

capt-divya-shankar-mishra

Manoranjan Sial
  • Published: Friday, 29 October 2021
  • , Updated: 29 October 2021, 08:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସନ୍‌ସାଇନ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ହତ୍ୟା ମାମଲାରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର। ପ୍ରେସ୍‌ ବିବୃତି ଜରିଆରେ ସେ କହିଛନ୍ତି, ମମିତାଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁ ପାଇଁ ମୁଁ ଗଭୀର ମର୍ମାହତ। ମମିତାଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା ରହିଛି। ଆଇନ ଅନୁଯାୟୀ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବା ଆବଶ୍ୟକ ବୋଲି କ୍ୟାପ୍‌ଟେନ୍‌ କହିଛନ୍ତି। ମିଥ୍ୟା ଆଧାରରେ କେତେକ ଗଣମାଧ୍ୟମ ଚରିତ୍ର ସଂହାର କରିଥିବା ଲେଖିଛନ୍ତି ଦିବ୍ୟଶଙ୍କର। ଏହାକୁ ନେଇ ତାଙ୍କ ପରିବାର ମାନହାନୀ ମୋକଦ୍ଦମା କରିଛନ୍ତି। ଓଟିଭି, ଓଡ଼ିଶା ରିପୋର୍ଟର ଓ ଅନ୍ୟ ଏକ ଗଣମାଧ୍ୟମ ନାଁରେ ମାମଲା ରୁଜୁ ହୋଇଛି।

ମହାଲିଙ୍ଗ କଲେଜ କାର୍ଯ୍ୟକ୍ରମରେ ଯୋଗଦେବା ସଂପର୍କରେ ସ୍ପଷ୍ଟୀକରଣ ଦେବାକୁ ଯାଇ କ୍ୟାପ୍‌ଟେନ୍‌ ମିଶ୍ର ଲେଖିଛନ୍ତି-“ଜନ ପ୍ରତିନିଧିମାନେ ଶିକ୍ଷାନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗ ଦିଅନ୍ତି। ମୁଁ ଯଦି ଏପରି କୌଣସି ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ ଯୋଗଦେଇଥାଏ ଓ ସେଠି ପରେ କିଛି ଅପରାଧ ଘଟେ, ସେଥିପାଇଁ ମୋତେ ଦାୟୀ କରାଯାଇପାରିବ ନାହିଁ। ମୋ ବିରୋଧରେ କିଛି ପ୍ରମାଣ ଥିଲେ ପୁଲିସ ଓ କୋର୍ଟକୁ ଦିଅନ୍ତୁ। ବାୟୁସେନାର ଆଦର୍ଶ ନେଇ ମୁଁ ରାଜନୀତିକୁ ଆସିଛି। ମୁଁ ପଛେ କ୍ଷତିଗ୍ରସ୍ତ ହେବି, ଜଣେ ହେଲେ ବ୍ୟକ୍ତିକୁ ଦୁଃଖ ଭୋଗିବାକୁ ଦେବିନି। ମାଣିକେଶ୍ୱରୀଙ୍କ ନାଁରେ ଶପଥ କରୁଛି, ଏ ଅପରାଧ ସହ ମୋର କିଛି ସଂପର୍କ ନାହିଁ।”

ସୂଚନାରୁ ପ୍ରକାଶ, ମହାଲିଙ୍ଗ ସନ୍‌ସାଇନ୍‌ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ମମିତାଙ୍କୁ ମହାଲିଙ୍ଗ କଲେଜ ସଭାପତି ଗୋବିନ୍ଦ ହତ୍ୟା କରି ଗାତରେ ପକାଇ ନିଆଁ ଲଗାଇ ପୋଡ଼ି ଦେଇଥିଲେ। ଏହି ମାମଲାରେ ସେ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ତେବେ ଗୋବିନ୍ଦ ସହିତ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପର୍କ ସାମ୍ନାକୁ ଆସିବା ପରେ ରାଜ୍ୟ ରାଜନୀତି ଉଷ୍ମ ହୋଇଥିଲା। ବିଜେପି ଓ କଂଗ୍ରେସ ତାଙ୍କ ବହିଷ୍କାର ଓ ଗିରଫ ଦାବି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନୀରବଦ୍ରଷ୍ଟା ସାଜିଛନ୍ତି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଯେଉଁଥିପାଇଁ ରାଜରାସ୍ତାକୁ ଓହ୍ଲାଇନ୍ତି ବିଭିନ୍ନ ଜନୈତିକ ଦଳର କର୍ମୀ।

Related story