ଭୁବନେଶ୍ୱର: ଦିଲ୍ଲୀରେ ଡେଙ୍ଗୁରେ ପ୍ରାଣ ହରାଇଥିବା ଓଡ଼ିଆଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ବୁଧବାର ଆଉ ଜଣେ ଓଡ଼ିଆ ଯୁବକଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଥିଲା। ମୃତକ ଜଣଙ୍କ କେନ୍ଦ୍ରାପଡ଼ା ରାଜକନିକା ଥାନା ମଙ୍ଗଳପୁର ଗାଁର ସୁନୀଲ ବେହେରା। ଓଲାଭର କଲେଜରେ ଯୁକ୍ତ ଦୁଇ ପଢୁଥିବା ସୁନୀଲ ଦିଲ୍ଲୀରେ ରହୁଥିବା ନିଜ ବାପାଙ୍କ ପାଖକୁ ବୁଲିବାକୁ ଯାଇଥିଲା ବେଳେ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି। ପୂର୍ବରୁ ୭ ବର୍ଷର ବାଳକ ଅବିନାଶ ଓ ବାଲେଶ୍ୱର ସୋର ଅଞ୍ଚଳର ଶାନ୍ତନୁ କୁମାର ବେହେରା ମଧ୍ୟ ଦିଲ୍ଲୀରେ ଡେଙ୍ଗୁରେ ପୀଡିତ ହୋଇ ପ୍ରାଣ ହରାଇଥିଲେ।
ସେହିପରି ଓଡିଶାରେ ମଧ୍ୟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ରାଜ୍ୟରେ ଆଉ ତିନିଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏଥି ମଧ୍ୟରୁ ଦୁଇ ଜଣ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ଆଉ ଜଣେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।