ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ସେ କହିଛନ୍ତି,“ କିଛି ଦିନ ତଳେ ଓଡ଼ିଶାରେ କରୋନା କେବଳ ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା। ଏବେ ଦେଖାଗଲାଣି ଏହା ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି।। ଗୋଷ୍ଠୀ ସଂକ୍ରମଣ ଥରେ ଆରମ୍ଭ ହେଲେ ଭୟାନକ ପରିସ୍ଥିତି ସୃଷ୍ଟି କରିବ। ତେଣୁ ଯେଉଁଠି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି , ସେ ଜିଲ୍ଲାକୁ ସରକାର ଶଟ୍ଡାଉନ୍ ଘୋଷଣା କରନ୍ତୁ।”
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ଛୁଇଁଛି। ସେଥିମଧ୍ୟରୁ ୪୯୪୬ ଜଣ ସୁସ୍ଥ ହୋଇସାରିଲେଣି। ଆଉ ବିଭିନ୍ନ ମେଡିକାଲରେ ୨୦୮୭ ଜଣ ଚିକିତ୍ସିତ ହେଉଛନ୍ତି। ଏଥିସହ କରୋନାରେ ଆକ୍ରାନ୍ତ ହୋଇ ୨୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।