ଉଦଳା(ମାନସ ପାଣି): ବିଦ୍ୟୁତ୍ କାଟ୍କୁ ନେଇ ଉପଭୋକ୍ତା ଓ ବିଦ୍ୟୁତ୍ ବିଭାଗ କର୍ମଚାରୀ ମୁହାଁମୁହିଁ ହୋଇଛନ୍ତି। ବକେୟା ବିଲ୍ ଦେଇନଥିବାରୁ ମୟୂରଭଞ୍ଜ ଉଦଳା କୁଟଲିଂ ଗାଁର କିଛି ଲୋକ ଓ ବିଦ୍ୟୁତ୍ କର୍ମଚାରୀ ମୁହାଁମୁହିଁ ହୋଇଛନ୍ତି।
ସୂଚନା ଅନୁଯାୟୀ, ଗତକାଲି ନେସ୍କୋ କର୍ମଚାରୀ କୁଟଲିଂ ଗାଁକୁ ଯାଇ ୩୦ରୁ ଊର୍ଦ୍ଧ୍ୱ ଉପଭୋକ୍ତାଙ୍କ ବିଦ୍ୟୁତ୍ କାଟ କରିଥିଲେ। ଏହାପରେ ୫ ଜଣ ଉପଭୋକ୍ତା ନେସ୍କୋ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।
ଉପଭୋକ୍ତା ଚନ୍ଦନ ବିଶ୍ୱାଳଙ୍କ ମାଡରେ ବିଦ୍ୟୁତ୍ ବିଭାଗ ଜେଇ ତାପସ କୁମାର ସାହୁ ଏବଂ ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଏହାସହ ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ମାଡ଼ରେ ଉପଭୋକ୍ତା ଚନ୍ଦନ ବିଶ୍ୱାଳ ମଧ୍ୟ ଗୁରୁତର ଅଛନ୍ତି। ଉଭୟ ପକ୍ଷରୁ ଉଦଳା ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ୍ ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।