ଚୁକ୍ତିଭିତ୍ତିରେ ନିୟୋଜିତ ଚାକିରିଆଙ୍କ ପାଇଁ ରାଜ୍ୟ ସରକାରଙ୍କ ଦୀପାବଳି ଉପହାର, ୨୫% ବଢ଼ିବ ପାରିଶ୍ରମିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋର୍ସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ। ଆଉଟସୋର୍ସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି […]

odisha secretariat

Jitendra Garnayak
  • Published: Wednesday, 03 November 2021
  • , Updated: 03 November 2021, 09:21 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋର୍ସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।

ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ।

ଆଉଟସୋର୍ସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇ.ପି.ଏଫ ଓ ଇ.ଏସ୍.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ। ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାବାଦ୍‌ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ୱ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି।

Related story