୧୦୩୮ ନୂଆ ଡାକ୍ତରଙ୍କୁ ନିଯୁକ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଉ ୧୦୩୮ଜଣ ଡାକ୍ତରଙ୍କୁ ନିଯୁକ୍ତି ଦେଇଛନ୍ତି । ନୂଆ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’କୁ ସଂକଳ୍ପ ପାଠ କରାଇଥିଲେ। ଆଜି ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଇଣ୍ଡେକ୍ସନ ଟ୍ରେନିଂରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲୋକଙ୍କ ସେବାକୁ ନିଜର ଧର୍ମ ଭାବେ ଗ୍ରହଣ କରିବାକୁ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ […]

download-1

download-1

Tapas Behera
  • Published: Saturday, 07 March 2020
  • Updated: 07 March 2020, 10:09 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଉ ୧୦୩୮ଜଣ ଡାକ୍ତରଙ୍କୁ ନିଯୁକ୍ତି ଦେଇଛନ୍ତି । ନୂଆ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’କୁ ସଂକଳ୍ପ ପାଠ କରାଇଥିଲେ।

ଆଜି ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଇଣ୍ଡେକ୍ସନ ଟ୍ରେନିଂରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲୋକଙ୍କ ସେବାକୁ ନିଜର ଧର୍ମ ଭାବେ ଗ୍ରହଣ କରିବାକୁ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ୮୭୧୯ଟି ଡାକ୍ତର ପଦବୀ ମଧ୍ୟରୁ ବର୍ତ୍ତମାନ ୫୪୧୪ଜଣ ନିୟମିତ ଡାକ୍ତର କାର୍ଯ୍ୟ କରୁଛନ୍ତି। ନିକଟରେ ଓପିଏସସି ୧୪୦୩ଜଣ ଡାକ୍ତରଙ୍କୁ ଚୟନ କରିଥିବାବେଳେ ତନ୍ମମଧ୍ୟରୁ ୧୦୩୮ଜଣ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଖୁବଶୀଘ୍ର ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟମାନଙ୍କୁ ନିଯୁକ୍ତି ଦିଆଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos