ଆଳି(ବନମାଳି ସାହୁ): ଡାକ୍ତରଙ୍କୁ ମାଡ଼ ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଚଳ ହୋଇପଡ଼ିଛି। ଏମର୍ଜେନ୍ସୀକୁ ଛାଡ଼ି ଅନ୍ୟ ସବୁ ବିଭାଗ ବନ୍ଦ ରହିଛି। ଫଳରେ ରୋଗୀସେବା ଏକପ୍ରକାର ଠପ୍ ହୋଇଯାଇଛି।
ସୂଚନା ଅନୁଯାୟୀ, ଗତ ରାତିରେ ଅଜୟ ମହାରଣା ଆଳି ଡାକ୍ତରଖାନାରେ ଦାୟିତ୍ୱରେ ଥିଲେ। ଉକ୍ତ ସମୟରେ ୪ ଯୁବକ ସେଠାରେ ପହଞ୍ଚି ତାଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମାଗିଥିଲେ। ମାତ୍ର ସେ ଦେବାକୁ ମନା କରିଦେବାରୁ ଉତ୍ତ୍ୟକ୍ତ ଯୁବକମାନେ ତାଙ୍କୁ ମାଡ଼ ମାରିଥିବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା ଏହାପରେ ସେଠାରେ ଉପସ୍ଥିତ ଅନ୍ୟ କର୍ମଚାରୀ ଓ ସିକ୍ୟୁରିଟି ଗାର୍ଡ ଆସିବାରୁ ଉକ୍ତ ଯୁବକମାନେ ସେଠାରୁ ପଳାଇଥିଲେ।
ଡାକ୍ତର ମହାରଣା ଆଜି ଆଳି ଥାନାରେ ଏନେଇ ଅଭିଯୋଗ କରିବା ପରେ CDMOଙ୍କୁ ଦେଖା କରିଛନ୍ତି। ଏପଟେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ସମସ୍ତ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ସ୍ୱାସ୍ଥ୍ୟକେନ୍ଦ୍ର ଅଚଳ ହୋଇପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।