ଡାକ୍ତରଙ୍କ ଅବସର ବୟସ ୬୫କୁ ବୃଦ୍ଧି, ଭୁବନେଶ୍ୱର-କଟକ ପାଇଁ ୩୦ କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ ମହାମାରୀ ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଥିବା ଡାକ୍ତରମାନଙ୍କର ଅବସର ବୟସସୀମାକୁ ୬୨ରୁ ୬୫ବର୍ଷକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତିର ସମୀକ୍ଷା କରିବା ଅବସରରେ ଓଡ଼ିଶା ସ୍ୱାସ୍ଥ୍ୟ ସେବା କ୍ୟାଡ଼ରର ଡାକ୍ତରମାନଙ୍କର ବୟସକୁ ୬୨ରୁ ୬୫ବର୍ଷକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଶ୍ରମ ଓ ଇଏସଆଇ ବିଭାଗରେ କାମ କରୁଥିବା ଇନ୍ୟୁରାନ୍ସ ମେଡିକାଲ ଅଫିସରମାନଙ୍କ […]

doctor

doctor

Manoranjan Sial
  • Published: Tuesday, 21 July 2020
  • Updated: 21 July 2020, 07:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ ମହାମାରୀ ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଥିବା ଡାକ୍ତରମାନଙ୍କର ଅବସର ବୟସସୀମାକୁ ୬୨ରୁ ୬୫ବର୍ଷକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତିର ସମୀକ୍ଷା କରିବା ଅବସରରେ ଓଡ଼ିଶା ସ୍ୱାସ୍ଥ୍ୟ ସେବା କ୍ୟାଡ଼ରର ଡାକ୍ତରମାନଙ୍କର ବୟସକୁ ୬୨ରୁ ୬୫ବର୍ଷକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଶ୍ରମ ଓ ଇଏସଆଇ ବିଭାଗରେ କାମ କରୁଥିବା ଇନ୍ୟୁରାନ୍ସ ମେଡିକାଲ ଅଫିସରମାନଙ୍କ ଅବସର ବୟସ ମଧ୍ୟ ୬୫ବର୍ଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ରାଜ୍ୟ ବାହାରୁ ଏକ ଲକ୍ଷରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ଖୋର୍ଦ୍ଧା (ଭୁବନେଶ୍ୱର) ଓ କଟକ ଜିଲ୍ଲାରେ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଖୋର୍ଦ୍ଧା ଜିଲ୍ଲାରେ ସୁସ୍ଥତା ହାର ୭୦ ପ୍ରତିଶତ ଥିବାବେଳେ କଟକ ଜିଲ୍ଲାରେ ଏହା ୭୧ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ୬୩ ପ୍ରତିଶତରୁ ଅଧିକ ଅଟେ। ଏଥିପାଇଁ ଆଜି ଦୁଇ ଜିଲ୍ଲାର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଓ କଟକ ଜିଲ୍ଲାର କୋଭିଡ ପରିଚାଳନା ଟିମ୍‌କୁ ଧନ୍ୟବାଦ ଜଣାଇଥିଲେ। ଏହାସହିତ କୋଭିଡ ପରିଚାଳନାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଜିଲ୍ଲା ପାଇଁ ୧୫ କୋଟି ଲେଖାଏ ସମୁଦାୟ ୩୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି। ଏହା ସହିତ, ନୂଆ କୋଭିଡ ଡାକ୍ତରଖାନା ଓ କୋଭିଡ କେୟାର ହୋମ୍ ପରିଚାଳନା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ୨୦ କୋଟି ୬୪ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରିଛନ୍ତି।
ଏହି ଅବସରରେ କୋଭିଡ-୧୯ ବିରୁଦ୍ଧରେ ଚାଲିଥିବା ଯୁଦ୍ଧରେ ସାମିଲ ହୋଇ ନୂଆ କୋଭିଡ କେୟାର ହୋମ୍ ଓ କୋଭିଡ କେୟାର ସେଣ୍ଟର ସ୍ଥାପନ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅନୁଷ୍ଠାନ ଓ କର୍ପୋରେଟ୍ ସେକ୍ଟର ମାନଙ୍କୁ ଆହ୍ବାନ ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ସ୍ବଳ୍ପ ଓ ମଧ୍ୟମ ଲକ୍ଷଣ ଥିବା କରୋନା ରୋଗୀଙ୍କ ଚିକିତ୍ସା ପାଇଁ କୋଭିଡ କେୟାର ସେଣ୍ଟର ଓ କୋଭିଡ କେୟାର ହୋମ୍‌ର ପରିକଳ୍ପନା କରାଯାଇଛି।

କରୋନା ଯୁଦ୍ଧରେ ଆଗ ଧାଡିରେ ଥିବା କୋଭିଡ ଯୋଦ୍ଧା ମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ କଟକ ଝଉଈକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରତିଦନ ହଜାର ହଜାର ଲୋକ ଆସୁଥିବାରୁ ଏଥିପ୍ରତି ବିଶେଷ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story