ଅର୍କେଶଙ୍କ ନାଁରେ ଘରୋଇ ହିଂସା ||Adrija Singh Brings Domestic Violence Against Husband ||Odisha Reporter
ବଲାଙ୍ଗିରର ପ୍ରତିଷ୍ଠିତ ରାଜପରିବାର ବିରୋଧରେ ଘରୋଇ ହିଂସା ଅଭିଯୋଗ। ଅନଙ୍ଗ ଉଦୟ ସିଂହଦେଓଙ୍କ ସାନ ପୁଅ ଅର୍କେଶ ସିଂହଦେଓଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ ଅଦ୍ରିଜା ସିଂହ। ଅର୍କେଶଙ୍କ ସମେତ ତାଙ୍କ ଶ୍ୱଶୁର ଘର ଲୋକେ ତାଙ୍କୁ ଯୌତୁକ ନିର୍ଯାତନା ସହ ମାରିପିଟ୍ କରୁଥିବା ଭଳି ସଙ୍ଗୀନ ଅଭିଯୋଗ କରିଛନ୍ତି ଅଦ୍ରିଜା। ଅଦ୍ରିଜା ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ବିଶ୍ୱନାଥ ପ୍ରତାପ ସିଂହଙ୍କ ନାତୁଣୀ। ଅଦ୍ରିଜା ତାଙ୍କ ପରିବାର ସହ ଏବେ ଉତ୍ତରାଖଣ୍ଡରେ ରହୁଥିବା ବେଳେ ଡେରାଡୁନ୍ ଥାନାରେ ଅଭିଯୋଗ କରିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
