ପ୍ରବଳ ବର୍ଷା ଆଶଙ୍କା: ୪ ଜିଲ୍ଲାବାସୀଙ୍କୁ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କାରେ ୪ଟି ଜିଲ୍ଲାର ଲୋକମାନଙ୍କୁ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି । ଶ୍ରୀ ପଟ୍ଟନାୟକ ଆଜି ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏଥିରେ ଭୟଭୀତ ନହୋଇ ପ୍ରଶାସନର […]

Naveen

Naveen

Ordigital Desk
  • Published: Friday, 19 August 2022
  • Updated: 19 August 2022, 08:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କାରେ ୪ଟି ଜିଲ୍ଲାର ଲୋକମାନଙ୍କୁ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି ।

ଶ୍ରୀ ପଟ୍ଟନାୟକ ଆଜି ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏଥିରେ ଭୟଭୀତ ନହୋଇ ପ୍ରଶାସନର ନିର୍ଦ୍ଦେଶକୁ ପାଳନ ଓ ସହଯୋଗ କରିବାକୁ ସେ ଜିଲ୍ଲାବାସୀଙ୍କୁ ନିବେଦନ କରିବା ସହ ତାଙ୍କ ପାଇଁ ପ୍ରତ୍ୟେକଟି ଜୀବନ ମୂଲ୍ୟବାନ ବୋଲି କହିଛନ୍ତି । ନିଜେ ସୁରକ୍ଷିତ ରହିବା ସହ ନିଜ ପରିବାରର ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ଶ୍ରୀ ପଟ୍ଟନାୟକ ଅପିଲ୍ କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ କେନ୍ଦୁଝର,ଭଦ୍ରକ,ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଶନିବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ୨୦ସେଣ୍ଟିମିଟରରୁ ଅଧିକ ବର୍ଷ ହେବାର ଆଶଙ୍କା କରାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ସହ ଘଂଟାପ୍ରତି ୫୫ରୁ ୬୫କିମି ବେଗରେ ପବନ ବୋହିବାର ସମ୍ଭାବନା ଅଛି । ଏହି ପ୍ରବଳ ବର୍ଷା ଆଶଙ୍କାରେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବାଲେଶ୍ୱର ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ ମଧ୍ୟ ଜିଲ୍ଲାର ସମସ୍ତ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକଙ୍କ ନିମନ୍ତେ ଶୁକ୍ରବାର ଓ ଶନିବାର ଦୁଇଦିନ ପାଇଁ ବନ୍ଦ ଘୋଷଣା କରିଛନ୍ତି । ପର୍ଯ୍ୟଟନସ୍ଥଳୀରେ ରାତିରେ ନରହିବା ପାଇଁ ପର୍ଯ୍ୟଟକମାନଙ୍କୁ ପରାମର୍ଶ ଦିଆଯାଇଛି ।

ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ତୀବ୍ର ଅବପାତର ରୂପ ନେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ । ଏହି ବର୍ଷା ଯୋଗୁ ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗରେ ବନ୍ୟା ଆସିବାର ମଧ୍ୟ ଆଶଙ୍କା କରାଯାଉଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ,ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର,ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ଯାଜପୁରର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ରହିଛି ।

https://twitter.com/IPR_Odisha/status/1560636150322118657?s=20&t=MMCnbjWpI4mgNBfJVP09xQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story