ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ଗର୍ଭବତୀଙ୍କର କୋଭିଡ୍ ଟେଷ୍ଟ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। କୋଭିଡ୍ ଲାଗି ଗର୍ଭବତୀମାନେ ଟୋଲ୍ ଫ୍ରି ନମ୍ୱର ୧୯୨୯ ରେ ଫୋନ୍ କରି ନିଜର ନାଁ, ଠିକଣା ଓ ଫୋନ୍ ନମ୍ୱର ଦେବେ। ତା’ପର ଦିନ ବିଏମ୍ସିର ମେଡିକାଲ୍ ଟିମ୍ ସେମାନଙ୍କ ଘରକୁ ଯାଇ ନମୂନା ସଂଗ୍ରହ କରିବେ। ପୂର୍ବରୁ ରହୁଥିବା ୬୦+ ବରିଷ୍ଠ ନାଗରିକମାନଙ୍କୁ ଟେଷ୍ଟିଂ ସେଣ୍ଟରକୁ ଆଣିବା ଲାଗି ବ୍ୟବସ୍ଥା କରିଥିଲା ବିଏମ୍ସି।
https://twitter.com/otvnews/status/1394308263907192834?s=20
ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୫ରୁ ୬ ଦିନ ହେବ ୧୦୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ଭୁବନେଶ୍ୱରରୁ ୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆକ୍ରାନ୍ତ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ୧୩୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୭୩୦ ଲୋକାଲ୍ କେସ୍। ଏନେଇ ବିଏମ୍ସି ଟ୍ୱିଟ୍ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।