ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନରେ କଂଗ୍ରେସର ନିରାଶାଜନକ ପ୍ରଦର୍ଶନର ପ୍ରାୟ ଦେଢ଼ବର୍ଷ ପରେ ସାଂଗଠନିକସ୍ତରରେ ଏଆଇସିସି ପକ୍ଷରୁ ଅଦଳବଦଳ କରାଯାଇଛି। କଂଗ୍ରେସର ଓଡ଼ିଶା ପ୍ରଭାରୀ ଭାବେ କାର୍ଯ୍ୟ କରୁଥିବା ଜିତେନ୍ଦ୍ର ସିଂଙ୍କୁ ଆସାମ ଦାୟିତ୍ୱ ଦିଆଯାଇଥିବାବେଳେ ଚେନ୍ନାଇର ସାଂସଦ ଡଃ ଚେଲ୍ଲାକୁମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି।
ସେହିପରି ଏଆଇସିସିର ସ୍ଥାୟୀ ନିମନ୍ତ୍ରିତ ସଭ୍ୟ ଭାବେ ଭକ୍ତ ଚରଣ ଦାସଙ୍କୁ ସାମିଲ କରାଯାଇଛି। ଓ ତାଙ୍କୁ ମିଜେରାମ ଓ ମଣିପୁରର ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି। ଓଡ଼ିଶାର ରାମଚନ୍ଦ୍ର ଖୁଣ୍ଟିଆଙ୍କୁ ପ୍ରଭାରୀ ଦାୟିତ୍ୱରୁ ମୁକ୍ତ କରାଯାଇଛି।
ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ପରଠୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଏକପ୍ରକାର ସ୍ଥାଣୁ ହୋଇ ପଡ଼ିରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।