Advertisment

ପଦ୍ମଭୂଷଣ ପ୍ରଫେସର ତ୍ରିଲୋଚନ ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ବୈଜ୍ଞାନିକ ତଥା ଶିକ୍ଷାବିତ୍‌ ପଦ୍ମଭୂଷଣ ପ୍ରଫେସର ଡଃ. ତ୍ରିଲୋଚନ ପ୍ରଧାନଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ପ୍ରଫେସର ତ୍ରିଲୋଚନ ପ୍ରଧାନ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ (ଫାଉଣ୍ଡର ଡାଇରେକ୍ଟର) ଥିଲେ। ଏଥିସହ ସେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଭୌତିକ ବିଜ୍ଞାନ କ୍ଷେତ୍ରରେ ଅତ୍ୟାଧୁନିକ ଗବେଷଣା ଲାଗି ପ୍ରଫେସର ପ୍ରଧାନଙ୍କୁ […]

ଅଦ୍ୟତନ ହୋଇଛି
ପଦ୍ମଭୂଷଣ ପ୍ରଫେସର ତ୍ରିଲୋଚନ ପ୍ରଧାନଙ୍କ ପରଲୋକ

Trilochan Pradhan

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ବୈଜ୍ଞାନିକ ତଥା ଶିକ୍ଷାବିତ୍‌ ପଦ୍ମଭୂଷଣ ପ୍ରଫେସର ଡଃ. ତ୍ରିଲୋଚନ ପ୍ରଧାନଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା।

Advertisment

ପ୍ରଫେସର ତ୍ରିଲୋଚନ ପ୍ରଧାନ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ (ଫାଉଣ୍ଡର ଡାଇରେକ୍ଟର) ଥିଲେ। ଏଥିସହ ସେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ଭୌତିକ ବିଜ୍ଞାନ କ୍ଷେତ୍ରରେ ଅତ୍ୟାଧୁନିକ ଗବେଷଣା ଲାଗି ପ୍ରଫେସର ପ୍ରଧାନଙ୍କୁ ରୋଲ୍ ମଡେଲ୍‌ ଭାବେ ଗ୍ରହଣ କରାଯାଇଥାଏ। ଏଥିପାଇଁ ତାଙ୍କୁ ୧୯୯୦ ମସିହାରେ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେହିପରି ୨୦୧୪ ମସିହାରେ ତାଙ୍କୁ ‘କଳିଙ୍ଗ ସମ୍ମାନ’ ପ୍ରଦାନ କରାଯାଇଥିଲା।

Advertisment

https://twitter.com/Naveen_Odisha/status/1467056363264110592?s=20

ତ୍ରିଲୋଚନ ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

https://twitter.com/mp_office/status/1467036295738372096?s=20

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe