ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଦିବାସୀ ଓ ମହିଳା କାର୍ଡ ଖେଳିଛି ବିଜେପି। ଏନଡିଏ ମେଣ୍ଟ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ। ଆସନ୍ତା ୨୫ ତାରିଖରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି। ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ୬୪ […]

Draupadi

Draupadi

Hemant Lenka
  • Published: Tuesday, 21 June 2022
  • Updated: 21 June 2022, 10:42 PM IST

Sports

Latest News

ନୂଆଦିଲ୍ଲୀ: ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଦିବାସୀ ଓ ମହିଳା କାର୍ଡ ଖେଳିଛି ବିଜେପି। ଏନଡିଏ ମେଣ୍ଟ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ। ଆସନ୍ତା ୨୫ ତାରିଖରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି।

ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ୬୪ ବର୍ଷୀୟ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ସେ ପ୍ରଥମ ଓଡ଼ିଆ ଭାବେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବାର କୀର୍ତ୍ତିମାନ ସୃଷ୍ଟି କରିବେ। ମୁର୍ମୁଙ୍କ ପୂର୍ବରୁ ପ୍ରତିଭା ପାଟିଲ ଦେଶର ପ୍ରଥମ ରାଷ୍ଟ୍ରପତି ହୋଇଥିଲେ।

ଶ୍ରୀମତି ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପୂର୍ବରୁ ପ୍ରଥମ ମହିଳା ଭାବେ ଝାରଖଣ୍ଡର ରାଜ୍ୟପାଳ ହୋଇଥିଲେ। ୨୦୧୫ରୁ ୨୦୨୧ ଯାଏ ସେ ରାଜ୍ୟପାଳ ଭାବେ କାମ କରିଥିଲେ।

ବିଜେଡି-ବିଜେପି ମେଣ୍ଟ ସରକାର ବେଳେ ସେ ଓଡ଼ିଶାରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦ୍ରୌପଦୀ ମୁର୍ମୁ ଦୁଇ ଥର(୨୦୦୦ ଓ ୨୦୦୪) ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ରାଷ୍ଟ୍ରପତି ପଦ ପାଇଁ ଦୌଡ଼ରେ ଓଡ଼ିଶାର ଜୁଏଲ ଓରାମଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ଥିଲା। ସେହିପରି ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ କେନ୍ଦ୍ରମନ୍ତ୍ରୀ ମୁକ୍ତାର ଆବ୍ବାସ ନକବୀଙ୍କ ନାଁ ମଧ୍ୟ ଦୌଡ଼ରେ ରହିଥିଲା। କିନ୍ତୁ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ସବୁ ଚର୍ଚ୍ଚାରେ  ପୂର୍ଣ୍ଣଚ୍ଛେଦ ଟାଣି ଆଜି ସନ୍ଧ୍ୟାରେ ଦଳର ବରିଷ୍ଠ ନେତା ଦ୍ରୌପଦୀ ମୁର୍ମୁଙ୍କ ନାଁ ଉପରେ ମୋହର ମାରିଛନ୍ତି।

ଶ୍ରୀମତୀ ମୁର୍ମୁଙ୍କ ନାଁ ଘୋଷଣା ପୂର୍ବରୁ ଆଜି ସନ୍ଧ୍ୟାରେ ବିଜେପିର ସଂସଦୀୟ ବୋର୍ଡର ବୈଠକ ବସିଥିଲା। ଏହି ବୈଠକରେ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ୨୦ ଜଣ ନେତାଙ୍କ ନାଁ ବିଚାରକୁ ନିଆଯାଇଥିଲା। ଶେଷରେ ପୂର୍ବ ଭାରତରୁ ଜଣେ ଆଦିବାସୀ ଓ ମହିଳାଙ୍କୁ ବାଛିବାକୁ ବୋର୍ଡ ସହମତି ପ୍ରକାଶ କରିଥିଲା। ଶେଷରେ ସର୍ବସମ୍ମତିକ୍ରମେ ଦ୍ରୌପଦୀ ମୁର୍ମୁଙ୍କ ନାଁକୁ ରାଷ୍ଟ୍ରପତି ପ୍ରାର୍ଥୀ ଚୟନ କରାଯାଇଥିବା ଶ୍ରୀ ନଡ୍ଡା କହିଛନ୍ତି।

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଦ୍ରୌପଦୀ ମୁର୍ମୁ କହିଛନ୍ତି, “ଟିଭିରୁ ମୋ ନାଁ ଶୁଣି ଆଶ୍ଚର୍ଯ୍ୟ ହେଲି ଓ ମୋତେ ଖୁସି ବି ଲାଗିଲା। ଜଣେ ଆଦିବାସୀ ମହିଳାଙ୍କୁ ପ୍ରାର୍ଥୀ କରି ବିଜେପି ତାର ନୀତି ସ୍ପଷ୍ଟ କରିଛି। ବିଜେପି ତାର ସବକା ସାଥ୍, ସବକା ବିକାଶର ନାରାକୁ କାର୍ଯ୍ୟରେ କରି ଦେଖାଇଛି। ରାଷ୍ଟ୍ରପତି ପଦ ବଡ଼ ଦାୟିତ୍ୱ। ସମସ୍ତଙ୍କ ସହଯୋଗ କାମନା କରୁଛି। ୨୦୨୧ ମସିହା ପରଠୁ ରାଜନୀତିକ କାର୍ଯ୍ୟକ୍ରମ ଠାରୁ ଦୂରରେ ଅଛି। ରାଜନୀତିଠୁ ଦୂରରେ ରହି ଦେଶ ପାଇଁ କାମ କରିବି। ରାଷ୍ଟ୍ରପତି ଏକ ସାମ୍ବିଧାନିକ ପଦ। ତାର ଗରିମା ରକ୍ଷା କରିବି।”

୧୯୫୮ ମସିହା ଜୁନ୍‌ ୨୦ ତାରିଖରେ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ। ସେ ଶିକ୍ଷା ଶେଷ କରିବା ପରେ ଶିକ୍ଷୟିତ୍ରୀ ଭାବେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ୧୯୯୭ ମସିହାରେ ସେ ରାଜନୀତିରେ ପାଦ ଥାପିଥିଲେ। ସେ ପ୍ରଥମେ କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ଅବସ୍ଥାରେ ତାଙ୍କୁ ବିଜେପିର ଆଦିବାସୀ ମୋର୍ଚ୍ଚାର ଉପ ସଭାପତି କରାଯାଇଥିଲା।

ସେ ରାଇରଙ୍ଗପୁରରୁ କ୍ରମାଗତ ୨ ଥର ଅର୍ଥାତ ୨୦୦୦ ଓ ୨୦୦୪ ମସିହାରେ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଶ୍ରୀମତୀ ମୁର୍ମୁ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ଯାଏ ଓଡ଼ିଶାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ହୋଇଥିଲେ। ସେହିପରି ୨୦୦୨ ଅଗଷ୍ଟ ୬ରୁ ୨୦୦୪ରୁ ମେ’ ୧୬ ଯାଏ ତାଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଦାୟିତ୍ୱ ମିଳିଥିଲା।

ଶ୍ରୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ତାଙ୍କୁ ଚାରିଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି କହିଛନ୍ତି ଯେ “ଲାକ୍ଷାଧିକ ଲୋକ, ବିଶେଷ କରି ଯେଉଁମାନେ ଗରିବୀ ଓ କଠିନ ସମୟର ସମ୍ମୁଖୀନ ହେଉଛନ୍ତି, ସେମାନେ ନିଶ୍ଚିତ ଭାବେ ଦୌପଦୀ ମୁର୍ମୁଙ୍କ ଜୀବନରୁ ଅନେକ କିଛି ଶିଖି ପାରିବେ। ବିଭିନ୍ନ ନୀତିକୁ ବୁଝିବାର କ୍ଷମତା ଓ କରୁଣାମୟ ସ୍ୱାଭାବ ଦେଶକୁ ଅନେକ ଫାଇଦା ଦେବ। ଶ୍ରୀମତୀ ମୁର୍ମୁ ସମାଜ ପାଇଁ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଛନ୍ତି। ସେ ଗରିବଙ୍କ ସଶକ୍ତୀକରଣ, ପଛୁଆବର୍ଗ ତଥା ଅନୁନ୍ନତଙ୍କ ଲୋକଙ୍କ ପାଇଁ କାମ କରିଛନ୍ତି। ତାଙ୍କ ପାଖରେ ପ୍ରଶାସନିକ କାର୍ଯ୍ୟର ଯଥେଷ୍ଟ ଅଭିଜ୍ଞତା ରହିଛି। ମୁଁ ନିଶ୍ଚିତ ଯେ ଦ୍ରୌପଦୀ ଆମ ଦେଶର ଜଣେ ଭଲ ରାଷ୍ଟ୍ରପତି ହେବେ।”

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଟ୍ୱିଟ କରି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, “ଆଜି ଦେଶ ପାଇଁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ କ୍ଷଣ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ଏନଡିଏ ରାଷ୍ଟ୍ରପତି ପଦ ପାଇଁ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା କରିଛି। ଏହି ନିର୍ଣ୍ଣୟ ଜନଜାତି ଗୌରବଙ୍କୁ ନୂଆ ଶିଖରରେ ପହଞ୍ଚାଇବା କ୍ଷେତ୍ରରେ କାମ କରିବ। ଏଥିପାଇଁ ମୋଦିଜୀଙ୍କୁ ଅଭିନନ୍ଦନ ଜଣାଉଛି।”

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟ୍ୱିଟ କରି ଶ୍ରୀମତୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବାରୁ ତାଙ୍କୁ ଶୁଭେଚ୍ଛା। ଓଡ଼ିଶାର ଜଣେ ଆଦିବାସୀ ନେତ୍ରୀ ଭାବେ ସେ ବେଶ ସଫଳତାର ସହ ଝାରଖଣ୍ଡର ରାଜ୍ୟପାଳ ଭାବେ ନିଜର କାର୍ଯ୍ୟ ସମ୍ପାଦନ କରିଥିବା ଶ୍ରୀ ପଣ୍ଡା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story