ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ନାଟ୍ୟକାର ତଥା ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ କୁଞ୍ଜ ରାୟଙ୍କର ଆଜି ପରଲୋକ ହୋଇଛି। ସେ ଏଜି ଅଫିସରେ ଜଣେ ଉଚ୍ଚପଦାଧିକାରୀ ଭାବେ ୧୯୭୦ରୁ ୨୦୦୪ ମସିହା ପର୍ଯ୍ୟନ୍ତ କାର୍ଯ୍ୟରତ ଥିଲେ। ନାୟକ ଚନ୍ଦ୍ରଶେଣ ରେଡିଓରେ ପ୍ରସାରିତ ତାଙ୍କ ରଚିତ ଏକ ଲୋକପ୍ରିୟ ନାଟକ। ଅଗ୍ନିଶ୍ନାନ, କେଉଁ ନଇ ମୁହାଣରେ, କଳାନ୍ତର, ବିଦାୟ ବଜ୍ରାଦିତ୍ୟ ଆଦି ତାଙ୍କର ଅନନ୍ୟ ସୃଜନ ସୃଷ୍ଟି । ଏଥିସହ ସେ ଅନେକ କାଳଜୟୀ ନାଟକ ରଚନା କରିଛନ୍ତି। ପୁରୀସ୍ୱର୍ଗ ଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ତାଙ୍କ ମୃତ୍ୟୁରେ ନାଟ୍ୟଜଗତରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।