କଟକ(ଓଡ଼ିଶା ରିପୋର୍ଟର): ପ୍ରଥମେ ଖାଦ୍ୟ ସାମଗ୍ରୀ ପରେ ଏବେ ଭେଜାଲ ନିଶା ଦ୍ରବ୍ୟ ବି ଜବତ ହୋଇଛି ଭାଇଚାରାର ସହର କଟକରୁ। ନକଲି ଘିଅ, ତେଲ, ପନିର, ସସ୍ ପରେ ଏବେ କଟକରୁ ଜବତ ହୋଇଛି ଭେଜାଲ ଜର୍ଦ୍ଦା । ବହୁ ନାମୀଦାମୀ କମ୍ପାନୀର ପ୍ୟାକିଂ ଓ ଲୋଗୋ ସହ ଏକ ନକଲି ଜର୍ଦ୍ଦା ଫ୍ୟାକ୍ଟ୍ରି ଠାବ କରିଛି କଟକ ସଦର ଥାନା ପୁଲିସ୍।
କଟକ ସଦର ଥାନା ଅନ୍ତର୍ଗତ ସାସୋଳ ଗାଁରେ ଚଢାଉ କରି ପୁଲିସ୍ ଏହି ନକଲି ଜର୍ଦ୍ଦା ଓ ପାନ ମସଲା କାରଖାନା ଠାବ କରିଛି ।କାରଖାନାରୁ ୪ କୁଇଣ୍ଟାଲରୁ ଅଧିକ ନିମ୍ନମାନର ଗୁଣ୍ଡି ସହ କେମିକାଲ ଜବତ ହୋଇଛି ।କଟକ ସହରଠାରୁ ପ୍ରାୟ ୧୦ କିଲୋମିଟର ଦୂରରେ ଥିବା ସାସୋଳ ଗାଁରେ ୨୦୦୭ ମସିହାରୁ ଏହି ଫ୍ୟାକ୍ଟ୍ରି ଚାଲିଥିଲା । ଏନେଇ ବାରମ୍ବାର ସ୍ଥାନୀୟ ଲୋକେ ଅଭିଯୋଗ କରିଆସୁଥିଲେ ।
ଆଜି ସଦର ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍ କାରଖାନାରେ ଚଢାଉ କରିଥିଲେ। ପୁଲିସ୍ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା ଚଳାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।