Advertisment

ଆସୁଛି ‘ଜୱାଦ’: ସର୍ବାଧିକ ୧୦୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ। ପବନର ବେଗ ତା’ଠାରୁ ଆଉ ଅଧିକ ହେବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକାଳେ ୱେଲ୍-ମାର୍କଡ ଲୋ-ପ୍ରେସରରେ […]

author-image
Niharika Rout
ଅଦ୍ୟତନ ହୋଇଛି
ଆସୁଛି ‘ଜୱାଦ’: ସର୍ବାଧିକ ୧୦୦ କିମି ବେଗରେ ବହିବ ପବନ

cyclone

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ। ପବନର ବେଗ ତା’ଠାରୁ ଆଉ ଅଧିକ ହେବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

Advertisment

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକାଳେ ୱେଲ୍-ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଡିପ୍ରେସନର ରୂପ ନେଇପାରେ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖରେ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ନିକଟ ସମୁଦ୍ରରେ କେନ୍ଦ୍ରୀଭୂତ ହେବ। ଏହାପରେ ଏହା ଦିଗ ପରିବର୍ତ୍ତନ କରିବ। ତେବେ ଏହା କେଉଁଆଡ଼େ ମୁହାଁଇବ, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି। ଡିପ୍ରେସନରେ ପରିଣତ ହେବା ପରେ ଏ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ।

ସେ ଆହୁରି କହିଛନ୍ତି, ଏହି ବାତ୍ୟା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ତାହା ସ୍ପଷ୍ଟ ହୋଇନି। ବର୍ଷା ପ୍ରଥମେ ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେବ । ତା’ ପରେ ଉତ୍ତର ଓଡ଼ିଶା ଆଡ଼କୁ ବର୍ଷା, ପବନ ଗତି କରିବ । ତେବେ ୩ ତାରିଖ ମଧ୍ୟରାତ୍ରୀ ପରେ ପବନ ବେଗ ବଢ଼ିବାକୁ ଲାଗିବ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ଆରମ୍ଭ ହୋଇ ୪ ତାରିଖ ଅପରାହ୍ନ ବେଳକୁ ୭୦ରୁ ୯୦କିମି ପର୍ଯ୍ୟନ୍ତ ବଢ଼ିବ।

Advertisment

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା  ପ୍ରଭାବରେ ଆସନ୍ତାକାଲିଠାରୁ ଓଡ଼ିଶାରେ ଆରମ୍ଭ ହୋଇଯିବ ବର୍ଷା । ଆଉ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଆସନ୍ତା କାଲିଠୁ ୪ତାରିଖ ସକାଳ ଯାଏଁ ୪ଟି ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂପୁରକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। କିନ୍ତୁ ୪ ତାରିଖରେ ଉକ୍ତ ୪ ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯିବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ତା’ସହ ସେହି ଦିନ ଆଉ ୭ ଜିଲ୍ଲା କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡା ଓ କୋରାପୁଟକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମାଲକାନଗିରି ଜିଲ୍ଲାକୁ ବି ସେଦିନ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ।  ବାତ୍ୟା ପାଇଁ ଆସନ୍ତାକାଲି ଠାରୁ ୫ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।