ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରିଓ ଅଲିମ୍ପିକରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଆ ଆଥଲେଟ୍ ଦୂତି ଚାନ୍ଦଙ୍କୁ ରାଜ୍ୟ ସରକାର ଅବହେଳା କରିଛନ୍ତି। ଭୁବନେଶ୍ୱରରେ ଜମି କିମ୍ବା ଘର ଖଣ୍ଡିଏ ଦେବା ପାଇଁ ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏ ଭିତରେ ଦୁଇବର୍ଷ ବିତି ଯାଇଥିଲେ ବି ଦୂତିଙ୍କୁ ଘର ଖଣ୍ଡିଏ ମିଳିନାହିଁ। ରିଓ ଅଲିମ୍ପିକରେ ଭାଗ ନେଇ ସାରା ଓଡ଼ିଶାକୁ ଗର୍ବିତ କରିଥିବା ଏହି ଆଥଲେଟ୍ ଏବେ ନିଜର କ୍ଷୋଭକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି।
ଜମି ଖଣ୍ଡିଏ ପାଇଁ ଆଉ କେତେ ଦିନ ସେ ଅପେକ୍ଷା କରିବେ ବୋଲି ପ୍ରଶ୍ନ କରିଛନ୍ତି। ରାଜ୍ୟର ୫ ଜଣ ଆଥଲେଟଙ୍କୁ ଘର ଏବଂ ଜାଗା ଦିଆଯିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ସହ ନିଜର ଟାଇମ ଲାଇନରେ କ୍ଷୋଭ ପ୍ରକାଶ କରିଛନ୍ତି ଦୂତି ଚାନ୍ଦ।
ଆନ୍ତର୍ଜାତିକସ୍ତରରେ ଭଲ ପ୍ରଦର୍ଶନ କରିଥିବା ୫ଜଣ ଆଥଲେଟ୍ ପୁର୍ଣ୍ଣିମା ହେମ୍ବ୍ରମ୍, ଦୂତି ଚାନ୍ଦ, ଜଉନା ମୁର୍ମୁ, ଅମୀୟ କୁମାର ମଲ୍ଲିକ ଓ ଶ୍ରାବଣୀ ନନ୍ଦଙ୍କୁ ଭୁବନେଶ୍ୱରରେ ଜମି କିମ୍ବା ଘର ଯୋଗାଇଦେବାକୁ ନିର୍ଦ୍ଦେଶ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।