କଟକରେ ଆରମ୍ଭ ହେଲା ଇ-ଟଏଲେଟ୍

କଟକ (ଓଡ଼ିଶା ରିପୋର୍ଟର): କଟକରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ଇ-ଟଏଲେଟ୍ ବ୍ୟବସ୍ଥା। ଗତକାଲି କଟକ ମହାନଗର ନିଗମର ସହଯୋଗରେ ସୁଲଭ ପରିମଳ କେନ୍ଦ୍ର ଓ ରିଫ୍ରେସମେଣ୍ଟ ସେଣ୍ଟରର ଉଦଘାଟନ କରାଯାଇଛି। ଏକ ସଙ୍ଗରେ କଟକରେ ଦୁଇଟି ସ୍ଥାନରେ ଏହି ସ୍ୱୟଂଚାଳିତ ସ୍ମାର୍ଟ ଟଇଲେଟର ସୁବିଧା ମିଳିବ ଲୋକଙ୍କୁ। ୧ ଟଙ୍କା ଦେୟରେ ଏହି ସୁବିଧା ଯୋଗାଇ ଦିଆଯିବ। ଏହି ସେବା ଓ ରକ୍ଷଣାବେକ୍ଷଣ ମହିଳା ସ୍ୱୟଂ ସହାୟକା ଗୋଷ୍ଠୀ ପରିଚାଳନା କରିବେ। ସହରକୁ ବାହାରୁ […]

SMART_TOILET

SMART_TOILET

Tapaswini Nayak
  • Published: Thursday, 28 October 2021
  • Updated: 28 October 2021, 07:58 AM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ଇ-ଟଏଲେଟ୍ ବ୍ୟବସ୍ଥା। ଗତକାଲି କଟକ ମହାନଗର ନିଗମର ସହଯୋଗରେ ସୁଲଭ ପରିମଳ କେନ୍ଦ୍ର ଓ ରିଫ୍ରେସମେଣ୍ଟ ସେଣ୍ଟରର ଉଦଘାଟନ କରାଯାଇଛି। ଏକ ସଙ୍ଗରେ କଟକରେ ଦୁଇଟି ସ୍ଥାନରେ ଏହି ସ୍ୱୟଂଚାଳିତ ସ୍ମାର୍ଟ ଟଇଲେଟର ସୁବିଧା ମିଳିବ ଲୋକଙ୍କୁ।

୧ ଟଙ୍କା ଦେୟରେ ଏହି ସୁବିଧା ଯୋଗାଇ ଦିଆଯିବ। ଏହି ସେବା ଓ ରକ୍ଷଣାବେକ୍ଷଣ ମହିଳା ସ୍ୱୟଂ ସହାୟକା ଗୋଷ୍ଠୀ ପରିଚାଳନା କରିବେ। ସହରକୁ ବାହାରୁ ଆସୁଥିବା ଲୋକେ ଅନେକ ସମୟରେ ଟଏଲେଟ୍ ଲାଗି ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ ପକ୍ଷରୁ ସହର ୨ଟି ସ୍ଥାନରେ ଏହାକୁ ପ୍ରାଥମିକ ପର୍ଯ୍ୟାୟରେ ଆରମ୍ଭ କରାଯାଇଛି। ଆଗକୁ ସହରର ଅନ୍ୟ ସ୍ଥାନରେ ଏହି ବ୍ୟବସ୍ଥା ଲାଗୁ କରାଯିବାକୁ ଯୋଜନା ରହିଛି।  କଟକରେ ଆରମ୍ଭ ହୋଇଥିବା ଏହି ବ୍ୟବସ୍ଥାକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos