ଆଉ ୫ ଯୋଡ଼ା ଟ୍ରେନ୍‌ ସେବା ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମ୍ ଯାତ୍ରୀ ଓ କରୋନା ସଂକ୍ରମଣ ରୋକିବାକୁ ପୂର୍ବତଟ ରେଳ ବିଭାଗ ବଡ଼  ପଦକ୍ଷେପ ନେଇଛି। ମେ’ ୩୧ ଯାଏଁ ବନ୍ଦ ରହିବ ୫ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ ସେବା। ଭୁବନେଶ୍ୱର-କେନ୍ଦୁଝରଗଡ଼, ଭୁବନେଶ୍ୱର-ଭଦ୍ରକ ଟ୍ରେନ ଉଭୟ ପଟୁ ବାତିଲ ହୋଇଛି। ସେହିପରି କଟକ-ଭଦ୍ରକ, କଟକ-ପାରାଦୀପ ସ୍ପେଶାଲ ଟ୍ରେନ୍‌ ଉଭୟ ପଟୁ ବାତିଲ ହୋଇଛି। ୨୨, ୨୩, ୨୬, ୨୯ ଓ ୩୦ ତାରିଖରେ ୩ ଯୋଡ଼ା ମେମୁ ଟ୍ରେନ୍‌ ବାତିଲ ହୋଇଛି। ସେହିପରି ପୁରୀ-ଅନୁଗୋଳ, […]

memu train

Manoranjan Sial
  • Published: Tuesday, 18 May 2021
  • , Updated: 18 May 2021, 09:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମ୍ ଯାତ୍ରୀ ଓ କରୋନା ସଂକ୍ରମଣ ରୋକିବାକୁ ପୂର୍ବତଟ ରେଳ ବିଭାଗ ବଡ଼  ପଦକ୍ଷେପ ନେଇଛି। ମେ’ ୩୧ ଯାଏଁ ବନ୍ଦ ରହିବ ୫ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ ସେବା। ଭୁବନେଶ୍ୱର-କେନ୍ଦୁଝରଗଡ଼, ଭୁବନେଶ୍ୱର-ଭଦ୍ରକ ଟ୍ରେନ ଉଭୟ ପଟୁ ବାତିଲ ହୋଇଛି। ସେହିପରି କଟକ-ଭଦ୍ରକ, କଟକ-ପାରାଦୀପ ସ୍ପେଶାଲ ଟ୍ରେନ୍‌ ଉଭୟ ପଟୁ ବାତିଲ ହୋଇଛି। ୨୨, ୨୩, ୨୬, ୨୯ ଓ ୩୦ ତାରିଖରେ ୩ ଯୋଡ଼ା ମେମୁ ଟ୍ରେନ୍‌ ବାତିଲ ହୋଇଛି। ସେହିପରି ପୁରୀ-ଅନୁଗୋଳ, ପୁରୀ-କଟକ, ଭୁବନେଶ୍ୱର-ପଲାସା ଉଭୟ ପଟୁ ବାତିଲ୍‌ କରିଛି ପୂର୍ବତଟ ରେଳ ବିଭାଗ।

ପୂର୍ବରୁ ୪ ଯୋଡ଼ା ସ୍ପେଶାଲ ଟ୍ରେନ ସାମୟିକ ଭାବେ ବାତିଲ କରିଥିଲେ ପୂର୍ବତଟ ରେଲୱେ। ମେ’ ୮ରୁ ୨୨ ତାରିଖ ଯାଏଁ ଭୁବନେଶ୍ୱର-ଜଗଦଲପୁର ସ୍ପେଶାଲ ବାତିଲ କରାଯାଇଥିଲା। ସେହିପରି ଆସନ୍ତା ୯ରୁ ୨୩ ତାରିଖ ଯାଏଁ ଜଗଦଲପୁର-ଭୁବନେଶ୍ୱର ସ୍ପେଶାଲ ବାତିଲ୍‌, ୮ରୁ ୨୨ ତାରିଖ ଯାଏଁ କିରନ୍ଦୁଲ-ବିଶାଖାପାଟଣା ସ୍ପେଶାଲ ବାତିଲ୍ କରାଯାଇଥିଲା। ସେହିପରି ଗତ ୭ଠୁ ୩୦ ଯାଏଁ ତିରୁପତି-ବିଶାଖାପାଟଣା ସ୍ପେଶାଲ ଟ୍ରେନ ବାତିଲ୍‌ କରାଯାଇଥିଲା। ଗତ ୮ରୁ ୩୧ ତାରିଖ ଯାଏଁ ବିଶାଖାପାଟଣା-ତିରୁପତି ସ୍ପେଶାଲ ଟ୍ରେନ୍‌, ୮ରୁ ୨୯ ଯାଏଁ ସିକନ୍ଦରାବାଦ-ବିଶାଖାପାଟଣା ସ୍ପେଶାଲ ଟ୍ରେନ୍‌ ଓ ୯ରୁ ୩୦ ତାରିଖ ଯାଏଁ ବିଶାଖାପାଟଣା-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ୍‌ ବାତିଲ୍ କରାଯାଇଛି।

ରାଜ୍ୟରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ପ୍ରତିଦିନ ଶହଶହ ଲୋକ ଆକ୍ରାନ୍ତ ହେଉଛନ୍ତି। ଆଜି କରୋନା ରାଜ୍ୟରେ ୨୨ ଜୀବନ ନେଇଥିବା ବେଳେ ୧୦,୩୨୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୫୭୭୯ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୪୫୪୨ଟି ହେଉଛି ଲୋକାଲ୍ କେସ୍‌।

Related story