କୋଣାର୍କ(ଓଡ଼ିଶା ରିପୋର୍ଟର): କରୋନା କଟକଣା ସତ୍ତ୍ୱେ ଚଳିତ ବର୍ଷ ରାମଚଣ୍ଡୀର କୁଶଭଦ୍ରା ମୁହାଣ ନିକଟରେ ଆରମ୍ଭ ହେବ ଦ୍ୱିତୀୟ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ । ଡିସେମ୍ବର ପହିଲାରୁ ୩ ମାସ ବ୍ୟାପୀ ହେବାକୁ ହେବାକୁ ଥିବା ଏହି ଫେଷ୍ଟିଭାଲ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ଆରମ୍ଭ କରିଛି ।
ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ୍ ରାମଚନ୍ଦ୍ରନ ଯାଦବ ଓ ପୁରୀ ଜିଲ୍ଲାପାଳ ବଲବନ୍ତ ସିଂ ଏହାର ସମୀକ୍ଷା କରିଛନ୍ତି । ଗୁଜରାଟର କଚ୍ଛଠାରେ ହେଉଥିବା ରେନ୍ ଉତ୍ସବ ଶୈଳୀରେ ଗତବର୍ଷ ଆୟୋଜିତ ହୋଇତିବା ଏହି ଉତ୍ସବ ବେଶ୍ ସଫଳ ହୋଇଥିଲା।
ଚଳିତ ବର୍ଷ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଇଡଲାଇନ୍ ଅନୁଯାୟୀ ବାହାର ଲୋକଙ୍କ ପ୍ରବେଶକୁ ବାରଣ କରାଯିବ । ଡିସେମ୍ବର ୧ରୁ ଫେବୃୟାରୀ ୨୮ ପର୍ଯ୍ୟନ୍ତ ଏହି ଇକୋ ରିଟ୍ରିଟ୍ ଆୟୋଜିତ ହେବ । ୩ ମାସ ଧରି ପର୍ଯ୍ୟଟକମାନେ ୫୦ଟି କଟେଜରେ ରହିବା ସହ ରାମଚଣ୍ଡୀର ସ୍ୱର୍ଣ୍ଣାଭ ବେଳାଭୂମି, କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ଓ ଆଖପାଖ ପର୍ଯ୍ୟଟନସ୍ଥଳୀର ମଜା ନେଇପାରିବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।