ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମାଗିଥିଲା। ମାତ୍ର ଜିଲ୍ଲା ଦୌରା ଜଜ୍ ୭ ଦିନିଆ ରିମାଣ୍ଡ ନେବାକୁ ଅନୁମତି ଦେଇଛନ୍ତି। ରିମାଣ୍ଡରେ ନେଇ ୧୩ ତାରିଖରେ ହାଜର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ମାମଲା ଦିନକୁ ଦିନ ବୁଢ଼ୀଆଣି ଜାଲରେ ଛନ୍ଦି ହେଉଛି। ପ୍ରତିଦିନ ନୂଆ ନୂଆ ଖିଅ ବାହାରୁଛି। ଅର୍ଚ୍ଚନାଙ୍କ ଲିଙ୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି) କିଛି ଲୋକଙ୍କୁ ଜେରା କରିଛି। ତେବେ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ନେଇ ଜେରା କରିବାକୁ ଚାହିଁଥିଲା ଇଡି। ସେଥିପାଇଁ ୧୫ ଦିନ ରିମାଣ୍ଡରେ ନେବା ପାଇଁ ଆଜି ଭୁବନେଶ୍ୱର ସ୍ୱତନ୍ତ୍ର ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲା ଇଡି। ମାତ୍ର କୋର୍ଟ ୭ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।