ତିତଲି କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆସିଲା ୮ଜଣିଆ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ତିତଲି’ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ବୁଧବାର ରାତିରେ କେନ୍ଦ୍ରୀୟ ଟିମ୍ ଓଡ଼ିଶା ପହଞ୍ଚିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସକେ ଶାହୀଙ୍କ ନେତୃତ୍ୱରେ ୮ଜଣିଆ କେନ୍ଦ୍ରୀୟ ଟିମ୍ ବାତ୍ୟା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିବେ। ଟିମରେ ଅନ୍ୟମାନଙ୍କ ମଧ୍ୟରେ ଶକ୍ତି ମନ୍ତ୍ରଣାଳୟର ମୁଖ୍ୟଯନ୍ତ୍ରୀ ବନ୍ଦନା ସିଂଘାଲ, ସଡ଼କ ପରିବହନ ଓ ଜାତୀୟ ରାଜପଥର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ନିର୍ଦ୍ଦେଶକ ରାକେଶ କୁମାର, ଭୁବନେଶ୍ୱରସ୍ଥିତ […]

damage

damage

Jitendra Garnayak
  • Published: Thursday, 01 November 2018
  • Updated: 01 November 2018, 09:37 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ 'ତିତଲି' ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ବୁଧବାର ରାତିରେ କେନ୍ଦ୍ରୀୟ ଟିମ୍ ଓଡ଼ିଶା ପହଞ୍ଚିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସକେ ଶାହୀଙ୍କ ନେତୃତ୍ୱରେ ୮ଜଣିଆ କେନ୍ଦ୍ରୀୟ ଟିମ୍ ବାତ୍ୟା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିବେ।

ଟିମରେ ଅନ୍ୟମାନଙ୍କ ମଧ୍ୟରେ ଶକ୍ତି ମନ୍ତ୍ରଣାଳୟର ମୁଖ୍ୟଯନ୍ତ୍ରୀ ବନ୍ଦନା ସିଂଘାଲ, ସଡ଼କ ପରିବହନ ଓ ଜାତୀୟ ରାଜପଥର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ନିର୍ଦ୍ଦେଶକ ରାକେଶ କୁମାର, ଭୁବନେଶ୍ୱରସ୍ଥିତ ସିଡବ୍ଲ୍ୟୁସି ଆଞ୍ଚଳିକ କାର୍ଯ୍ୟାଳୟର ଅଧୀକ୍ଷଣ ଯନ୍ତ୍ରୀ ସୁଶାନ୍ତ କୁମାର ସାମଲ, କୃଷି ଓ ସମବାୟ ମନ୍ତ୍ରଣାଳୟ ନିର୍ଦ୍ଦେଶକ ବୀରେନ୍ଦର ସିଂହ, ପାନୀୟ ଜଳ ଯୋଗାଣ ଓ ପରିଚ୍ଛନ୍ନତା ବିଭାଗର ବରିଷ୍ଠ କନସଲଟାଣ୍ଟ ଜିଆର ଜାଗର, ଅର୍ଥ ମନ୍ତ୍ରଣାଳୟର ଆର.ବି କୌଲ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଅନୁସଚିବ ଗୁଲଜାରୀ ଲାଲ ସାମିଲ ଅଛନ୍ତି।

ଏହି ଟିମ୍ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ସେମାନେ ବାତ୍ୟା ଓ ବନ୍ୟା ପ୍ରଭାବିତ ଜିଲ୍ଲା ଗସ୍ତ କରିବା ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସଙ୍ଗେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos