୪୫୦ କୋଟିର ୭ଟି ବିଦ୍ୟୁତ୍ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୪୫୦କୋଟି ଟଙ୍କା ବ୍ୟୟରେ ୬ଟି ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍ ସବଷ୍ଟେସନ ଓ ଗୋଟିଏ ୨୨୦ କେଭି ଟ୍ରାନ୍ସମିଶନ ଲାଇନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତ। ଆଜି ଭର୍ଚୁଆଲ ମୋଡରେ ଏହି ସମସ୍ତ ପ୍ରକଳ୍ପକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉପଯୁକ୍ତ ବ୍ୟବହାର କରାଯିବା […]

naveen

naveen

Ordigital Desk
  • Published: Saturday, 21 May 2022
  • Updated: 21 May 2022, 10:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୪୫୦କୋଟି ଟଙ୍କା ବ୍ୟୟରେ ୬ଟି ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍ ସବଷ୍ଟେସନ ଓ ଗୋଟିଏ ୨୨୦ କେଭି ଟ୍ରାନ୍ସମିଶନ ଲାଇନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତ।

ଆଜି ଭର୍ଚୁଆଲ ମୋଡରେ ଏହି ସମସ୍ତ ପ୍ରକଳ୍ପକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉପଯୁକ୍ତ ବ୍ୟବହାର କରାଯିବା ଉଚିତ୍।  ଏହି ବିଦ୍ୟୁତ ପ୍ରକଳ୍ପଗୁଡ଼ିକ ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାୟଗଡା, ନବରଂଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । ଏବାବଦରେ ୪୫୦କୋଟି ଟଙ୍କା ବିନିଯୋଗ ହୋଇଛି । ରାଜ୍ୟରେ ବିଦ୍ୟୁତ ଯୋଗାଣ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ୩୮୦୦କୋଟି ଟଙ୍କାର ବ୍ୟୟ ଅଟକଳ ରଖିଛନ୍ତି। ଏବେ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବଷ୍ଟେସନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ ଭୋଲଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ବଭିନ୍ନ ମନ୍ତ୍ରୀ ଓ ବିଧାୟକଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos