ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ୨୦୨୦ ଏକଲବ୍ୟ ପୁରସ୍କାର ପାଇଁ ନାମାଙ୍କନ ପତ୍ର ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରାର୍ଥୀମାନେ ରାଜ୍ୟର କ୍ରୀଡ଼ା ସଂଗଠନ, ବୋର୍ଡ, ସଂଘ, ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଦ୍ୟାଳୟ ମାଧ୍ୟମରେ ସେମାନଙ୍କ ନାମାଙ୍କନ ପତ୍ର ପଠାଇ ପାରିବେ। ପ୍ରାର୍ଥୀଙ୍କ ବୟସ ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ୨୫ ବର୍ଷରୁ କମ୍ ହୋଇଥିବ। ନିଜର ବୟସ ପ୍ରମାଣପତ୍ର ସହିତ ଗତ ଦୁଇ ବର୍ଷର ରାଜ୍ୟ, ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ହାସଲ କରିଥିବା
ପ୍ରମାଣପତ୍ର ସହିତ ଦରଖାସ୍ତ ଦାଖଲ କରିବେ। ନିଜ ଦରଖାସ୍ତକୁ ଏକଲବ୍ୟ ପୁରସ୍କାର... ଇମ୍ଫା ଟ୍ରଷ୍ଟ... ବମିଖାଲ ଭୁବନେଶ୍ୱର, ପିନ୍ ୭୫୧୦୧୦କୁ ଅଗଷ୍ଟ ୩୧ ସୁଦ୍ଧା ପଠାଇପାରିବେ । ଏହାଛଡ଼ା ekalabya@imfa.inକୁ ଇମେଲ କରିପାରିବେ । ପ୍ରତିବର୍ଷ ଇପା ପକ୍ଷରୁ ରାଜ୍ୟର କିଛି ଶ୍ରେଷ୍ଠ ଯୁବ କ୍ରୀଡ଼ାବିତ୍ଙ୍କୁ ଏକଲବ୍ୟ ପୁରସ୍କାର ଦ୍ୱାରା ସମ୍ମାନିତ କରାଯାଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।