ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରଚାର ସରୁଛି। ଆସନ୍ତା ୧୧ ତାରିଖରେ ଭୋଟ ଗ୍ରହଣ ହେବ। ସେଥିଲାଗି ସମସ୍ତ ଦଳର ପ୍ରାର୍ଥୀ ଓ ସ୍ୱାଧୀନ ପ୍ରାର୍ଥୀମାନେ ଜୋରସୋର ପ୍ରଚାରରେ ଲାଗି ପଡ଼ିଛନ୍ତି।
ଆଜି ଶେଷ ଦିନ ହୋଇଥିବାରୁ ପ୍ରାର୍ଥୀଙ୍କ ହାତରେ ପ୍ରଚାର ପାଇଁ ମାତ୍ର କିଛି ଘଣ୍ଟା ରହିଛି। ଅପରାହ୍ନ ୫ଟାରେ ଶେଷ ହେବ ପ୍ରଚାର।ଆଉ ମାତ୍ର କିଛି ଘଣ୍ଟା ରହିଯାଇଥିବା ବେଳେ ଭୋଟରକୁ ମନାଇବା ପାଇଁ ସବୁ ଦଳ ପକ୍ଷରୁ ଜୋରସୋରରେ ଚାଲିଛି କସରତ। ବିଜେପି ଷ୍ଟାର କ୍ୟାମ୍ପେନରଙ୍କୁ ନେଇ ପ୍ରଚାର କରୁଥିବା ବେଳେ ବିଜେଡିର ମଙ୍ଗ ଧରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ।
ଆସନ୍ତା ୧୧ ତାରିଖରେ ୪ଟି ଲୋକସଭା ଆସନ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସହ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଭୋଟଗ୍ରହଣ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।