Advertisment

‘ପିପିଲିରେ ସାନି ନିର୍ବାଚନ ନେଇ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ହୋଇଛି। ତାଙ୍କ ବିୟୋଗ ପରେ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, “ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଦେହାନ୍ତ ସଂପର୍କରେ ଜିଲ୍ଲା ରିଟର୍ଣ୍ଣିଂ ଅଫିସର ରିପୋର୍ଟ ଦେବେ। ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ନିର୍ବାଚନ କମିଶନଙ୍କୁ ପଠାଯିବ। ସାନି ନିର୍ବାଚନ ନେଇ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ।” ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ହୋଇଯାଇଛି। ମହାମାରୀ କରୋନାରେ […]

ଅଦ୍ୟତନ ହୋଇଛି
ହାଇକୋର୍ଟଙ୍କ ଛାଟ ପରେ ଆହୁରି କଠୋର ହେଲେ ନିର୍ବାଚନ କମିଶନର

Election Commission

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ହୋଇଛି। ତାଙ୍କ ବିୟୋଗ ପରେ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, “ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଦେହାନ୍ତ ସଂପର୍କରେ ଜିଲ୍ଲା ରିଟର୍ଣ୍ଣିଂ ଅଫିସର ରିପୋର୍ଟ ଦେବେ। ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ନିର୍ବାଚନ କମିଶନଙ୍କୁ ପଠାଯିବ। ସାନି ନିର୍ବାଚନ ନେଇ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ।”

Advertisment

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ହୋଇଯାଇଛି। ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ବିୟୋଗ ହୋଇଯାଇଛି।

ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Advertisment
Pipili By-election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe