c5
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଦ୍ୱାରା ଘୋଷଣା ହୋଇଛି ନିର୍ବାଚନ ତାରିଖ। ଏପ୍ରିଲ ୧୧ରୁ ମେ ୧୯ ମଧ୍ୟରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ସିକ୍କିମ ଓ ଅରୁଣାଚଳପ୍ରଦେଶରେ ବିଧାନସଭା ଲାଗି ମଧ୍ୟ ମତଦାନ ହେବ। ଓଡ଼ିଶାରେ ୪ ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଲୋକସଭା ଓ ତତ୍ସଂଲଗ୍ନ ବିଧାନସଭା ଲାଗି ଭୋଟଗ୍ରହଣ ଗୋଟିଏ ଦିନରେ ଅନୁଷ୍ଠିତ ହେବ। ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ପାଇଁ ଏମିତି ରହିଛି ଭୋଟ ଗ୍ରହଣ ତାରିଖ।
କେଉଁଦିନ କେଉଁଠି
ଏପ୍ରିଲ୍ ୧୧ରେ ପ୍ରଥମ ପର୍ଯ୍ୟାୟ ଭୋଟ୍:କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ
ଏପ୍ରିଲ୍ ୧୮ରେ ୨ୟ ପର୍ଯ୍ୟାୟ ଭୋଟ୍: ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା
ଏପ୍ରିଲ ୨୩ରେ ତୃତୀୟ ପର୍ଯ୍ୟାୟ ଭୋଟ୍: ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର
ଏପ୍ରିଲ ୨୯ରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍: ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2019/03/c5.jpg)