ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଆଉ ଦିନ କେଇଟା ଭିତରେ ନିର୍ବାଚନ ଥିବାରୁ ସବୁ ରାଜନୈତିକ ଦଳ ଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଚାର, ଟିକେଟ ବଣ୍ଟନ ଓ ଲଢ଼େଇକୁ ନେଇ ଆରମ୍ଭ ହୋଇଛି ରଣନୀତି। ଏହି ପରିପ୍ରେକ୍ଷୀରେ ଶାସକ ବିଜେଡି ଆଜି ବିଜେଡି ଇସ୍ତାହାର କମିଟି ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।
କମିଟିରେ ପାଟକୁରା ବିଧାୟକ ଅଗ୍ରୱାଲ ଅଧ୍ୟକ୍ଷ ଭାବେ ନୁଯୁକ୍ତି ପାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟ ପଟ୍ଟନାୟକ, ମଙ୍ଗଳା କିଶାନ , ପଦ୍ମନାଭ ବେହେରା ଓ କସ୍ତୁରୀ ମହାପାତ୍ର କମିଟି ସହ-ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି।
ସେହିପରି କମିଟିରେ ଅନଙ୍ଗ ଉଦୟ ସିଂଦେଓ, ଭର୍ତ୍ତୃହରି ମହତାବ, ଅଚ୍ୟୁତ ସାମନ୍ତ, ଅତନୁ ସବ୍ୟସାଚୀ, ସଂଜୟ ଦାସବର୍ମା, ଅରୁଣ ସାହୁ, ସୁଦାମ ମାରାଣ୍ଡି, ରମେଶ ମାଝୀ, ସୁବାସ ସିଂହ, ନଳିନୀ ପ୍ରଧାନ, ନବ ଦାସ, ରବି ନନ୍ଦ ପ୍ରମୁଖ ସଦସ୍ୟ ଅଛନ୍ତି। ସେହିପରି କମିଟିରେ କିଛି ଚାଷୀ ନେତା, ମହିଳା ସ୍ୱୟଂ ସହାୟିକା ନେତ୍ରୀ ବି ସାମିଲ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।