ଆନନ୍ଦପୁର (ମୁନା ସିଂହ): ବାକି ଥିବା ବିଜୁଳି ବିଲ ଆଦାୟ କରିବାକୁ ଯାଇଥିବା ବେଳେ ଆନନ୍ଦପୁର ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ କାଠ ଫାଳିଆରେ ଆକ୍ରମଣ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ହାଟଡ଼ିହ ବ୍ଲକ ଅଣା ଗ୍ରାମରେ ବାସନ୍ତୀ ମହାପାତ୍ର ନାମକ ଜଣେ ବିଦ୍ୟୁତ ଗ୍ରାହକଙ୍କର ୭୩ହଜାର ଟଙ୍କା ବକେୟା ପାଇଁ ଯାଇଥିଲା ବେଳେ ଆଜି ଆନନ୍ଦପୁର ବିଦ୍ୟୁତ ବିଭାଗର ନିର୍ବାହୀ ଯନ୍ତ୍ରୀ ଏବଂ ଅନ୍ୟକିଛି କର୍ମଚାରୀ ତାଙ୍କ ଘରକୁ ବକେୟା ଅର୍ଥ ଆଦାୟ କରିବାକୁ ଯାଇଥିଲେ। ବକେୟା ଅର୍ଥକୁ ନେଇ ପ୍ରଥମେ ବଚସା ହେବା ପରେ ବାସନ୍ତୀଙ୍କ ବଡ଼ପୁଅ ଅନୀଲ ନିର୍ବାହୀ ଯନ୍ତ୍ରୀଙ୍କୁ ଗୋଟିଏ କାଠଫାଳିଆରେ ଆକ୍ରମଣ କରିଥିଲେ। ଆକ୍ରମଣରେ ନିର୍ବାହୀ ଯନ୍ତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନନ୍ଦିପଦା ଥାନା ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।